ଜିଲା ଚିକିତ୍ସାଳୟରେ ପଶିଲା କରୋନା

ଅନୁଗୋଳ ଅଫିସ୍‌, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦୁର୍ଘଟଣାଗ୍ରସ୍ତ ହୋଇ ଆସିଥିବା ଜଣେ ଯୁବକଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ପଜିଟିଭ ବାହାରିଛି। ଯୁବକ ଜଣକ ଢେଙ୍କାନାଳ ଜିଲା ନିମବାହାଳି ଅଞ୍ଚଳର ବୋଲି ଜଣାପଡିଛି। ଏହି ଖବର ଜଣାପଡିବା ପରେ ମେଡିକାଲ କର୍ମଚାରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ସୂଚନା ମୁତାବକ, ଦୁର୍ଘଟଣା ପରେ ଯୁବକ ଜଣକ ମେଡିକାଲକୁ ଆସିଥିବାବେଳେ ତାଙ୍କଠାରୁ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ରିପୋର୍ଟ ଆସିବା ପୂର୍ବରୁ ଯୁବକଙ୍କୁ ଜିଲା ଚିକିତ୍ସାଳୟର ପୁରୁଷ ଓ୍ବାର୍ଡ ଓ ଟ୍ରକ୍‌ ଆସୋସିଏଶନ କ୍ୟାବିନରେ ଚିକିତ୍ସା କରାଯାଇଥିଲା। ଏହାପରେ ସେ ଭୁବନେଶ୍ୱର ସ୍ଥାନାନ୍ତର ହୋଇଥିଲେ। ରିପୋର୍ଟ ପଜିଟିଭ ଆସିବା ପରେ ପ୍ରଶାସନର ଚିନ୍ତା ବଢିଛି। ପ୍ରତିଷେଧକମୂଳକ ପଦକ୍ଷେପ ସ୍ବରୂପ ମେଡିକାଲର ଟ୍ରକ ଆସୋସିଏଶନ୍‌କୁ ସିଲ୍‌ କରି ସାନିଟାଇଜ୍‌ କରାଯିବ। ଏଥିସହ ଆସୋସିଏଶନ୍‌ରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଯାଇ ସ୍ବାବ ପରୀକ୍ଷା କରାଯିବ ବୋଲି ଚିକିତ୍ସାଳୟ କର୍ତ୍ତୃପକ୍ଷ କହିଛନ୍ତି। ଏ ନେଇ ସିଡିଏମ୍‌ଓ ଅଭୟ କୁମାର ଦାଶ କହିଛନ୍ତି, ରବିବାର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା କର୍ମଚାରୀଙ୍କୁ ଚିହ୍ନଟ କରାଯାଇ ଜିଲାପାଳଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?