କରୋନା ଚିକିତ୍ସା: ୪ ଜିଲାରେ ଡିଏମ୍‌ଏଫ୍‌ ପାଣ୍ଠିରୁ ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କରୋନା ସମ୍ପର୍କିତ ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ହୋଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି। କମିଟି ଦ୍ୱାରା ଗ୍ରହଣ କରାଯାଇଥିବା ପୂର୍ବ ପ୍ରସ୍ତାବଗୁଡିକୁ ଆବଶ୍ୟକସ୍ଥଳେ ସଂଶୋଧନ କରି ଅନୁମୋଦନ କରାଯାଇଥିଲା। ରାଜ୍ୟରେ କୋଭିଡ୍‌ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଓ ପରୀକ୍ଷଣର ଆବଶ୍ୟକତା ଦୃଷ୍ଟିରୁ କଟକର ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ, ବୁର୍ଲାର ଭିମ୍‌ସାର, ପୁରୀସ୍ଥିତ ସଂକ୍ରାମକ ରୋଗ ନିରାକରଣ ହସ୍ପିଟାଲ ପାଇଁ ଅତିରିକ୍ତ ଗୋଟିଏ ଲେଖାଏ ଆର୍‌ଟିପିସିଆର୍‌ ମେଶିନ ଯୋଗାଇଦେବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନୁଗୋଳ, ଝାରସୁଗୁଡା, କେନ୍ଦୁଝର ଓ କଳାହାଣ୍ଡି ଜିଲା ପାଇଁ ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)ରୁ ଆବଶ୍ୟକ ଅର୍ଥ ବ୍ୟୟ ବରାଦରେ ଓଡ଼ିଶା ରାଜ୍ୟ ଓଷଧ ନିଗମ ଜରିଆରେ ଆର୍‌ଟିପିସିଆର୍‌ ମେଶିନ ବ୍ୟବସ୍ଥା କରାଯିବ। ସେହିପରି କୋଭିଡ୍‌ ପରୀକ୍ଷା ନିମନ୍ତେ ଡିଏମ୍‌ଇଟିଙ୍କ ଅନୁମୋଦନ ଅନୁଯାୟୀ ମୟୂରଭଞ୍ଜ ଜିଲା ପାଇଁ ଜିଲା ଖଣିଜ ପାଣ୍ଠିରୁ ୫ଟି ଟ୍ରୁନ୍ୟାଟ୍‌ ମେଶିନ କିଣାଯିବ। ରାଜ୍ୟରେ ଏବେ ୧୯ଟି ସରକାରୀ ଓ ୭ଟି ଘରୋଇ ଲାବ୍‌ ମୋଟ ୨୬ଟି ଲାବ୍‌ ମାଧ୍ୟମରେ ଦିନକୁ ୬ ହଜାରରୁ ଅଧିକ କୋଭିଡ୍‌ ପରୀକ୍ଷା ଚାଲିଛି। ଆବଶ୍ୟକ ସ୍ଥଳେ କିଟ୍‌ ଟିବିଆଇ ଲାବ୍‌ରେ ପରୀକ୍ଷଣ ସଂଖ୍ୟା ବୃଦ୍ଧି କରାଯାଇପାରିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri