କରୋନା ଚିକିତ୍ସା: ୪ ଜିଲାରେ ଡିଏମ୍‌ଏଫ୍‌ ପାଣ୍ଠିରୁ ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କରୋନା ସମ୍ପର୍କିତ ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ହୋଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି। କମିଟି ଦ୍ୱାରା ଗ୍ରହଣ କରାଯାଇଥିବା ପୂର୍ବ ପ୍ରସ୍ତାବଗୁଡିକୁ ଆବଶ୍ୟକସ୍ଥଳେ ସଂଶୋଧନ କରି ଅନୁମୋଦନ କରାଯାଇଥିଲା। ରାଜ୍ୟରେ କୋଭିଡ୍‌ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଓ ପରୀକ୍ଷଣର ଆବଶ୍ୟକତା ଦୃଷ୍ଟିରୁ କଟକର ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ, ବୁର୍ଲାର ଭିମ୍‌ସାର, ପୁରୀସ୍ଥିତ ସଂକ୍ରାମକ ରୋଗ ନିରାକରଣ ହସ୍ପିଟାଲ ପାଇଁ ଅତିରିକ୍ତ ଗୋଟିଏ ଲେଖାଏ ଆର୍‌ଟିପିସିଆର୍‌ ମେଶିନ ଯୋଗାଇଦେବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନୁଗୋଳ, ଝାରସୁଗୁଡା, କେନ୍ଦୁଝର ଓ କଳାହାଣ୍ଡି ଜିଲା ପାଇଁ ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)ରୁ ଆବଶ୍ୟକ ଅର୍ଥ ବ୍ୟୟ ବରାଦରେ ଓଡ଼ିଶା ରାଜ୍ୟ ଓଷଧ ନିଗମ ଜରିଆରେ ଆର୍‌ଟିପିସିଆର୍‌ ମେଶିନ ବ୍ୟବସ୍ଥା କରାଯିବ। ସେହିପରି କୋଭିଡ୍‌ ପରୀକ୍ଷା ନିମନ୍ତେ ଡିଏମ୍‌ଇଟିଙ୍କ ଅନୁମୋଦନ ଅନୁଯାୟୀ ମୟୂରଭଞ୍ଜ ଜିଲା ପାଇଁ ଜିଲା ଖଣିଜ ପାଣ୍ଠିରୁ ୫ଟି ଟ୍ରୁନ୍ୟାଟ୍‌ ମେଶିନ କିଣାଯିବ। ରାଜ୍ୟରେ ଏବେ ୧୯ଟି ସରକାରୀ ଓ ୭ଟି ଘରୋଇ ଲାବ୍‌ ମୋଟ ୨୬ଟି ଲାବ୍‌ ମାଧ୍ୟମରେ ଦିନକୁ ୬ ହଜାରରୁ ଅଧିକ କୋଭିଡ୍‌ ପରୀକ୍ଷା ଚାଲିଛି। ଆବଶ୍ୟକ ସ୍ଥଳେ କିଟ୍‌ ଟିବିଆଇ ଲାବ୍‌ରେ ପରୀକ୍ଷଣ ସଂଖ୍ୟା ବୃଦ୍ଧି କରାଯାଇପାରିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri