ଫ୍ରାନ୍ସ୍‌-ବ୍ରିଟେନ୍‌ରେ କରୋନା ତାଣ୍ଡବ, ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ…

ପ୍ୟାରିସ୍‌/ଲଣ୍ଡନ, ୨୯।୧୨: କରୋନା ମହାମାରୀ ସଂକ୍ରମଣ ଯୋଗୁଁ ଫ୍ରାନ୍ସ ଏବଂ ବ୍ରିଟେନର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଫ୍ରାନ୍ସରେ ରେକର୍ଡ ସଂଖ୍ୟକ ୧,୭୯, ୮୦୭ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଫ୍ରାନ୍ସରେ ଗୋଟିଏ ଦିନରେ ଏହା ସର୍ବାଧିକ ରିପୋର୍ଟ ହୋଇଥିବା ମାମଲା। ଫ୍ରାନ୍ସ ସହିତ ଇଟାଲୀ, ଗ୍ରୀସ, ପର୍ତ୍ତୁଗାଲ ଏବଂ ବ୍ରିଟେନ ରେ ମଧ୍ୟ କରୋନା ମହାମାରୀ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି।
ବ୍ରିଟେନରେ ଗତ ୨୪ଘଣ୍ଟା ମଧ୍ୟରେ ଏକ ରେକର୍ଡ ସଂଖ୍ୟକ ୧,୨୯,୪୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଉତ୍ତର ଆୟର୍ଲାଣ୍ଡ ଏବଂ ସ୍କଟଲ୍ୟାଣ୍ଡର ଆକ୍ରାନ୍ତଙ୍କୁ ସାମିଲ କରାଯାଇନାହିଁ। ଏହାପୂର୍ବରୁ, ୨୪ ଡିସେମ୍ବରରେ, ବ୍ରିଟେନରେ ସର୍ବାଧିକ ୧, ୨୨,୧୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

କରୋନାର ନୂତନ ଲହରକୁ ଦୃଷ୍ଟିରେ ରଖି ୟୁରୋପୀୟ ଦେଶଗୁଡ଼ିକ ପୁଣି ଥରେ ଲକଡାଉନ ଆଡକୁ ମୁହାଁଇଥିବାର ଦେଖାଯାଉଛି। ରାତ୍ରିରେ କର୍ଫ୍ୟୁ ଲାଗୁ କରାଯାଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ଏସବୁ ଦେଶଗୁଡ଼ିକରେ ଟିକାର ତୃତୀୟ ଡୋଜ୍‌ ଦେବା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri