ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୮୭ରେ ପହଞ୍ଚିଛି।

Share