ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୭୭୨ରେ ପହଞ୍ଚିଛି।