ରାଜ୍ୟରେ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସବୁଦିନ ପରି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭୧ଟି ଲୋକାଲ କେସ ରହିଛି। ୧୮୩୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୩ ହଜାର ୬୯ ଜଣ ସୁସ୍ଥ ହୋଇସାରିଛନ୍ତି। ୧୮ ହଜାର ୯୧୪ ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୯୦ ଜଣ ଥିବା ବେଳେ କଟକରୁ ୨୪୩, ପୁରୀରୁ ୧୩୯, ବାଲେଶ୍ୱରରୁ ୧୨୯ ଓ ଯାଜପୁରରୁ ୧୧୦ ଜଣ ଅଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୭୭ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ଭଦ୍ରକରୁ ୮୯, ବଲାଙ୍ଗିରରୁ ୨, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୩, ଗଜପତିରୁ ୧୬, ଗଞ୍ଜାମରୁ ୯, ଜଗତସିଂହପୁରରୁ ୬୧, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୬, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୨୪, କୋରାପୁଟରୁ ୯, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୮, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୨୩, ସୋନପୁରରୁ ୧୦ ଓ ସୁନ୍ଦରଗଡ଼ ଜିଲାରୁ ୪୭ ଜଣ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri