ରାଜ୍ୟରେ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସବୁଦିନ ପରି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭୧ଟି ଲୋକାଲ କେସ ରହିଛି। ୧୮୩୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୩ ହଜାର ୬୯ ଜଣ ସୁସ୍ଥ ହୋଇସାରିଛନ୍ତି। ୧୮ ହଜାର ୯୧୪ ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୯୦ ଜଣ ଥିବା ବେଳେ କଟକରୁ ୨୪୩, ପୁରୀରୁ ୧୩୯, ବାଲେଶ୍ୱରରୁ ୧୨୯ ଓ ଯାଜପୁରରୁ ୧୧୦ ଜଣ ଅଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୭୭ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ଭଦ୍ରକରୁ ୮୯, ବଲାଙ୍ଗିରରୁ ୨, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୩, ଗଜପତିରୁ ୧୬, ଗଞ୍ଜାମରୁ ୯, ଜଗତସିଂହପୁରରୁ ୬୧, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୬, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୨୪, କୋରାପୁଟରୁ ୯, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୮, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୨୩, ସୋନପୁରରୁ ୧୦ ଓ ସୁନ୍ଦରଗଡ଼ ଜିଲାରୁ ୪୭ ଜଣ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri