Categories: ଜାତୀୟ

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୬୮୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୨,୭୭,୧୯୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୭,୩୩,୬୨୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୯୬,୫୦୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୭,୪୧୬କୁ ବୃଦ୍ଧି ପାଇଛି।

Share