ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୪।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୬୭୪ରେ ପହଞ୍ଚିଛି।