ଆଜି ରାଜ୍ୟରେ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୩ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୩୦୮ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୩୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୪ ହଜାର ୬୮୩ରେ ପହଞ୍ଚିଛି।