ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୨୨।୨: ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। କେବଳ ଖୋର୍ଦ୍ଧା ଜିଲାକୁ ବାଦ ଦେଲେ ଅନ୍ୟ ସମସ୍ତ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳେ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୨୯୭ରେ ପହଞ୍ଚିଛି।