ଦେଶର କରୋନା ଟିକାକରଣ ଅସମ୍ପୂର୍ଣ୍ଣ, ନୂଆ ଭାରିଆଣ୍ଟ ମୁକାବିଲା ନେଇ ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୭।୧୦ : ପୁଣିଥରେ, କରୋନାର ଓମିକ୍ରନ ଭାରିଆଣ୍ଟର ଏକ ନୂତନ ସବ ଭାରିଆଣ୍ଟ ପୃଥିବୀର ଅନେକ ଦେଶରେ ଆତଙ୍କ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ଦେଶରେ ଚାଲିଥିବା କରୋନା ଟିକାକରଣ ଅଭିଯାନକୁ ଜୋରଦାର କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସରକାରୀ ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ୨୦୦ କୋଟିରୁ ଅଧିକ ଡୋଜ ଟିକା ଦିଆଯାଇଛି, ତଥାପି ଏହି ଅଭିଯାନ ଅସମ୍ପୂର୍ଣ୍ଣ ରହିଛି।

୨୦୦ କୋଟି ଡୋଜରେ ପ୍ରଥମ ଏବଂ ଦ୍ୱିତୀୟ ଡୋଜ ନେଉଥିବା ଲୋକଙ୍କ ସଂଖ୍ୟା ତଥା ବୁଷ୍ଟର ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଅନ୍ତର୍ଭୁକ୍ତ ରହିଛି।

ସରକାରୀ ସୂତ୍ରରୁ ପ୍ରକାଶ ଯେ ତିନି କୋଟି ଟୀକାକରଣର ଷ୍ଟକ ଏବେ ମଧ୍ୟ ସରକାରଙ୍କ ପାଖରେ ଅଛି। ଅଧିକାରୀଙ୍କ ଅନୁଯାୟୀ ଟୀକାକରଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, କିନ୍ତୁ ଏପର୍ଯ୍ୟନ୍ତ ତାହା ସମ୍ପୂର୍ଣ୍ଣ ହୋଇନାହିଁ। ତିନି କୋଟି ଟିକା ଭଣ୍ଡାରର ଷ୍ଟକ କିଛି ମାସ ପାଇଁ ଯଥେଷ୍ଟ। ବର୍ତ୍ତମାନ ସମୟରେ ଟିକା କିଣିବାର କୌଣସି ଆବଶ୍ୟକତା ନାହିଁ, କିନ୍ତୁ ଅଭିଯାନ ଶେଷ ହୋଇନି। ଏହି ଅଭିଯାନକୁ ସାରା ଦେଶରେ ତ୍ୱରାନୱିତ କରିବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି। ତେବେ ନୂଆ ଭାରିଆଣ୍ଟ ନେଇ ଚିନ୍ତା ବଢ଼ିବାରେ ଲାଗିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୨୧୯.୩୨ କୋଟି ଡୋଜ ଦିଆଯାଇଛି।

ଓମିକ୍ରନ ର ନୂତନ ସବଭାରିଆଣ୍ଟ ବିଏ.୫.୧.୭ ଅଧିକ ସଂକ୍ରାମକ ବୋଲି କୁହାଯାଉଛି।
ସେହିପରି ଏକ୍ସଏକ୍ସବି ଭାରିଆଣ୍ଟ ସିଙ୍ଗାପୁର ବ୍ୟାପିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଭାରତରେ ଟିକାକରଣ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଚିନ୍ତା କରାଯାଉଛି।

ଚାଇନାର ସାଂଘାଇରେ ଗତ ୧୫ ଦିନ ମଧ୍ୟରେ ପରିସ୍ଥିତି ଏତେ ଖରାପ ହୋଇଯାଇଛି ଯେ ସେଠାରେ କିଛି ଅଂଶରେ ଆଂଶିକ ଲକ ଡାଉନ ମଧ୍ୟ ଘୋଷଣା କରାଯାଇଛି। ସାମ୍ନାକୁ ଆସିଛି। ଚାଇନ ସହିତ କିଛି ୟୁରୋପୀୟ ଦେଶରେ ମଧ୍ୟ ଅବସ୍ଥା ବିଗିଡିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri