Posted inଜାତୀୟ

ଖୁସି ଖବର: ନୂଆବର୍ଷରୁ କରୋନା ଟିକାକରଣ

ନୂଆଦିଲ୍ଲୀ,୨୧ା୧୨: ଆସନ୍ତା ନୂଆବର୍ଷରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି।

ଟିକା ଦିଆଯିବା ନେଇ ସମସ୍ତ ଯୋଜନା ହୋଇଥିବା ବେଳେ ଏଥିରେ ଅବହେଳା କରାଯିବ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଦେଶରେ ଟିକା ଉପଲବ୍ଧ କରାଇବା ପାଇଁ ଏକ ରୋଡ୍‌ମ୍ୟାପ ମଧ୍ୟ ପ୍ରସ୍ତୁତ କରାଯାଇଛି। ୬ଟି ଟିକା କ୍ଲିନିକାଲ ପରୀକ୍ଷା ପର୍ଯ୍ୟାୟରେ ଥିବା ବେଳେ ତିନୋଟି ଟିକା ପ୍ରି-କ୍ଲିନିକାଲ ପର୍ଯ୍ୟାୟରେ ଅଛି। କିଛି ସପ୍ତାହରେ ଏସବୁର ପରୀକ୍ଷଣ ଶେଷ ହୋଇଯିବ। ଜାନୁୟାରୀର ଯେକୌଣସି ସପ୍ତାହରେ ଟିକା କରଣ ଆରମ୍ଭ ହୋଇପାରେ ବୋଲି ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି ।
ହର୍ଷବର୍ଦ୍ଧନ ଆହୁରି ମଧ୍ୟ କହିଛନ୍ତି, ଟିକାର ପ୍ରଭାବ ଓ ଗୁଣାବତ୍ତା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ପୋଲିଓ ପରି ଭାରତ ମଧ୍ୟ କରୋନା ଫ୍ରି ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଅନେକ ଆଲୋଚନା ପର୍ଯ୍ୟାଲୋଚନା ପରେ ଟିକାକରଣ ପାଇଁ ଦେଶର ୩୦କୋଟି ଲୋକଙ୍କୁ ଅଗ୍ରାଧିକାର ତାଲିକାରେ ସାମିଲ କରାଯାଇଛି। ଏଥିରେ ସ୍ବାସ୍ଥ୍ୟକର୍ମୀ, ପୋଲିସ, ଯବାନ, ସଫେଇ କର୍ମଚାରୀ, ୫୦ରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏଥିରେ ସାମିଲ ହେବେ। ଯେଉଁମାନେ ଟିକା ନେବାକୁ ଇଚ୍ଛା ପ୍ରକାଶ କରିବେନି, ସେମାନଙ୍କୁ ବାଧ୍ୟ କରାଯିବ ନାହିଁ ବୋଲି ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri