‘ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା’

ନୂଆଦିଲ୍ଲୀ,୨୯।୯: ମହାମାରୀ କରୋନାର ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ୨୦୨୧ ମାର୍ଚ୍ଚ ମାସ ସୁଦ୍ଧା ଭାରତରେ ପ୍ରଥମ କରୋନା ଟିକା ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ପ୍ରକାଶ କରିଛନ୍ତି। ଏଥିଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରୟାସ ଜାରି ରହିଛି ବୋଲି ମିଡିଆକୁ ସମ୍ବୋଧନ କରି କହିଛନ୍ତି। ଭାରତରେ ୩ଟି କରୋନା ଟିକା ଲାଗି ଗବେଷଣା ଜାରି ରହିଛି। ପର୍ଯ୍ୟାୟକ୍ରମେ ପରୀକ୍ଷା ନିରୀକ୍ଷା ମଧ୍ୟ କରାଯାଉଛି। କ୍ଲିନିକାଲ ଟ୍ରାଏଲ ସଫଳ ହେବା ପରେ ଟିକା ଭାରତରେ ଉପଲବ୍ଧ ହେବ ବୋଲି ହର୍ଷବର୍ଦ୍ଧନ ପ୍ରକାଶ କରିଛନ୍ତି।
ଭାରତରେ ବିଶ୍ୱର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ରହିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୬୦.୮୦ ଲକ୍ଷ ଛୁଇଁଲାଣି। ୯୫,୬୦୬ ବ୍ୟକ୍ତିଙ୍କ ଜୀବନ ଗଲାଣି। ଯଦିଓ ୫୦.୧୭ ଲକ୍ଷ ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ତଥାପି ଭାରତରେ ୯.୬୫ ଲକ୍ଷ ଆକ୍ଟିଭ୍‌ ମାମଲା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୨,୧୭୦ ନୂଆ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ରରେ ସର୍ବାଧିକ ୧୩.୩୯ ଲକ୍ଷ କରୋନା ରୋଗୀ ରହିଥିବାବେଳେ ୩୫,୫୭୧ ଜଣଙ୍କ ପ୍ରାଣ ଗଲାଣି। ଏଥିସହ ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, କର୍ନାଟକ, ଉତ୍ତରପ୍ରଦେଶ, ଦିଲ୍ଲୀ, ପଶ୍ଚିମବଙ୍ଗ ଆଦି ରାଜ୍ୟରେ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ସଂକ୍ରମଣ କମିବାର ନାଁ ନେଉନାହିଁ। ବିଶ୍ୱର ବିଭିନ୍ନ ଦେଶ ଟିକା ପ୍ରସ୍ତୁତିରେ ଲାଗିଥିବାବେଳେ ମାର୍ଚ୍ଚ ସୁଦ୍ଧା ଭାରତୀୟ ଟିକା ଉପଲବ୍ଧ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌)ର ୧୦୦ ବର୍ଷର ଘଟଣାକ୍ରମ ସମ୍ପର୍କରେ କହିବା ଅବସରରେ ସଂସ୍ଥା ସହ ଯୋଡ଼ି ହୋଇ ରହିଥିବା ବୈଜ୍ଞାନିକଙ୍କ କାର୍ଯ୍ୟଧାରା ଅତୁଳନୀୟ ବୋଲି ହର୍ଷବର୍ଦ୍ଧନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri