କରୋନା ଟିକା ବଞ୍ଚାଇଛି ୨ କୋଟି ଲୋକଙ୍କ ଜୀବନ, ତାଲିକାରେ ୪୨ ଲକ୍ଷରୁ ଅଧିକ ଭାରତୀୟ …

ଓ୍ବାଶିଂଟନ, ୨୪।୬ : କରୋନା ମହାମାରୀକୁ ରୋକିବା ପାଇଁ ପ୍ରସ୍ତୁତ ଟିକା ଭାରତ ସହିତ ଅନ୍ୟାନ୍ୟ ଦେଶ ପାଇଁ ଜୀବନ ରକ୍ଷାକାରୀ ବୋଲି ପ୍ରମାଣିତ ହୋଇଛି। ଏହି ଟିକା ଭାରତରେ ୪୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନକୁ ବଞ୍ଚାଇଥିବାବେଳେ ସମଗ୍ର ବିଶ୍ୱରେ ୨କୋଟିରୁ ରୁ ଅଧିକ ଲୋକଙ୍କ ମୃତ୍ୟୁକୁ ରୋକିଛି।

ଲାନସେଟ ପତ୍ରିକା ଦ୍ୱାରା ଡିସେମ୍ବର ୨୦୨୦ ରୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ କରାଯାଇଥିବା ଅଧ୍ୟୟନ ତଥ୍ୟ ଆଧାରରେ ଏହା ପ୍ରକାଶ ପାଇଛି। ଅନୁସନ୍ଧାନକାରୀମାନେ କହିଛନ୍ତି ଯେ ବିଶ୍ୱରେ କରୋନା ଯୋଗୁ ୩.୧୪ କୋଟି ଲୋକଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଟିକାକରଣ ଯୋଗୁ ୧.୯୮ କୋଟି ଲୋକଙ୍କ ଜୀବନ ରକ୍ଷା ହୋଇ ପାରିଛି।

ଅଧ୍ୟୟନର ଆକଳନ ଅନୁଯାୟୀ ୨୦୨୧ ଶେଷ ସୁଦ୍ଧା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପ୍ରତ୍ୟେକ ଦେଶରେ ୪୦ ପ୍ରତିଶତ ଜନସଂଖ୍ୟାକୁ ଟିକାକରଣ କରିବାର ଲକ୍ଷ୍ୟ ପୂରଣ ହୋଇଥିଲେ ୫,୯୯,୩୦୦ ଲୋକଙ୍କ ଜୀବନ ରକ୍ଷା କରାଯାଇ ପାରିଥାନ୍ତା।

ଭାରତ କରୋନା ମହାମାରୀ ସଙ୍କଟରେ ଥିଲା କିନ୍ତୁ ଟିକାକରଣ ଯୋଗୁ ସ୍ଥିତିରେ ସୁଧାର ହୋଇଥିଲ ବୋଲି ଅଧ୍ୟୟନର ମୁଖ୍ୟ ଅଲିଭର ୱାଟସନ କହିଛନ୍ତି । ଏହି ମଡେଲିଂ ଅଧ୍ୟୟନରୁ ଜଣାପଡିଛି ଯେ ଭାରତରେ ଟିକାକରଣ ଅଭିଯାନ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ରକ୍ଷା କରିଛି।

ଲାନସେଟ ଅଧ୍ୟୟନର ଅଧ୍ୟୟନ ଅନୁଯାୟୀ, ଭାରତରେ କରୋନା ମହାମାରୀ ସମୟରେ ୫୧ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଥିଲା, କିନ୍ତୁ କରୋନା ଟିକାକରଣ ହେତୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ରକ୍ଷା କରାଯାଇଥିଲା। ମହାମାରୀ ଯୋଗୁ ଭାରତରେ ୫,୨୪,୯୪୧ ମୃତ୍ୟୁ ପଞ୍ଜିକୃତ ହୋଇଛି। ଟିକାକରଣ ଅତ୍ୟନ୍ତ ପ୍ରଭାବଶାଳୀ ପ୍ରମାଣିତ ହୋଇଥିବାରୁ ୧୦ ଗୁଣା କମ ଲୋକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri