୩୦ ହଜାର କୋଟି ଖର୍ଚ୍ଚ କରି ସମସ୍ତଙ୍କୁ ଦିଆଯାଉ କରୋନା ଟିକା: ମମତା…

କୋଲକାତା,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ମଧ୍ୟ ଜାରି ରହିଛି। ଏପରିସ୍ଥଳେ ସମସ୍ତଙ୍କୁ କରୋନା ଟିକା ଦେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦାବୀ କରିଛନ୍ତି। ସେ ଶନିବାର ବିଧାନସଭାରେ କହିଛନ୍ତି ଯେ, ଦେଶର ସମସ୍ତଙ୍କୁ କରୋନା ଟିକାଦାନ କରାଗଲେ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ପରିମାଣର ଟଙ୍କା ଖର୍ଚ୍ଚ କରିବା କେନ୍ଦ୍ର ସରକାରଙ୍କ ପାଇଁ କିଛି ବଡ଼ କଥା ନୁହେଁ। ଏହାପୂର୍ବରୁ ମମତା ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ମଧ୍ୟ ଲେଖିଥିଲେ। କେନ୍ଦ୍ର ସରକାର ନୂଆ ପାର୍ଲାମେଣ୍ଟ ଏବଂ ପ୍ରତିମୂର୍ତ୍ତି ନିର୍ମାଣରେ ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଦେଶର ଲୋକଙ୍କ ଜୀବନ ରକ୍ଷା ପାଇଁ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିବା କେନ୍ଦ୍ର ସରକାରଙ୍କ ଦାୟିତ୍ୱବୋଧ ବୋଲି ମମତା କହିଥିଲେ। ଏବେ ପୁଣି ମମତା ସମସ୍ତଙ୍କୁ ଟିକାଦାନ କରାଯିବା ନେଇ କେନ୍ଦ୍ର ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri