ଆସନ୍ତା ବର୍ଷ ଆସିବ କରୋନା ଟିକା: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ କରୋନା ଟିକା ଆସିବାରେ ବିଳମ୍ବ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ସୋମବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଟିକାର ପରୀକ୍ଷଣ ଜାରି ରହିଛି। ଏହାର ସମ୍ପୂର୍ଣ୍ଣ ସଫଳ ହେବାର ରିପୋର୍ଟ ମିଳିବା ପରେ ଏହାକୁ ଅଣାଯିବ ବୋଲି ସେ କହିଛନ୍ତି। ଆସନ୍ତା ବର୍ଷ ଦେଶରେ କରୋନା ଟିକା ମିଳିବାର ସମ୍ଭାବନା ରହିଥିବା ସେ କହିଛନ୍ତି। ଦେଶରେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ଉତ୍ତରପ୍ରଦେଶ, ଦିଲ୍ଲୀ, ପଶ୍ଚିମବଙ୍ଗ, ବିହାର, ତେଲଙ୍ଗାନା, ଓଡ଼ିଶାରେ, ଆସାମ, କେରଳ ଏବଂ ଗୁଜରାଟରେ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତ୍ୟୁ ହାର ଅଧିକ ରହିଥିବା ସେ ପ୍ରକାଶ କରିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଦେଶରେ ୨୯ ଲକ୍ଷ ଲୋକ କରୋନା ସଂକ୍ରମଣରୁ ଦୂରେଇ ରହିପାରିଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ପ୍ରତି ୧୦ ଲକ୍ଷରେ ଦେଶରେ ୩,୩୨୮ ଜଣ କରୋନାରେ ଆକ୍ରାନ୍ତ ହେଉଛନ୍ତି। ସେହିପରି ପ୍ରତି ୧୦ ଲକ୍ଷରେ ୫୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୭୮ପ୍ରତିଶତ ରହିଛି। ଗୁରୁତର ଭାବେ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କୁ ଜରୁରୀକାଳୀନ ସ୍ଥିତିରେ ଟିକା ଦିଆଯିବାର ଯୋଜନା ରହିଥିବା ସେ ସୂଚନା ଦେଇଛନ୍ତି। ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ ଯେ, ଦେଶରେ କରୋନା କ୍ରମଶଃ କମୁଥିବାବେଳେ ସରକାର ଫାଷ୍ଟ୍ର ଟ୍ରାକ୍‌ ମୋଡରେ ଏନେଇ କାର୍ଯ୍ୟ କରୁଛନ୍ତି। ବରିଷ୍ଠ ନାଗରିକ ଏବଂ ହାଇ ରିସ୍କ୍‌ ଓ୍ବାର୍କପ୍ଲେସ୍‌ରେ ସରକାର ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri