Posted inଜାତୀୟ

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଶରୀରରେ କରୋନା ଟିକା ହେବ ପରୀକ୍ଷା

ଚଣ୍ଡିଗଡ,୧୮।୧୧: କରୋନା ବିରୋଧରେ ଲଢିବା ପାଇଁ ଟିକା ପ୍ରସ୍ତୁତି ଚାଲିଛି। ଏହି ସମୟରେ ହରିୟାଣା ଗୃହ ଓ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ ନିଜ ଉପରେ କରୋନା ଟିକା ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନିଲ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ପରୀକ୍ଷଣରେ ହାଜର ହେବାକୁ ପ୍ରସ୍ତାବ ଦେଇଛନ୍ତି। ବୁଧବାର ଅନିଲ ବିଜ କହିଛନ୍ତି ଯେ, ହରିୟାଣା ଯୋଗୁ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧି ହେଉଥିବା ଅଭିଯୋଗ କରିଥିବା ଆମ ଆଦମୀ ପାର୍ଟି (ଏଏପି) ନେତାମାନେ ପ୍ରଥମେ ଦିଲ୍ଲୀରେ ସଂକ୍ରମଣରୁ ମୁକ୍ତି ପାଇବା ବିଷୟରେ ଚିନ୍ତା କରିବା ଉଚିତ୍‌। ସେ କହିଛନ୍ତି ଯେ ବର୍ତ୍ତମାନ ଜୀବନ ଏବଂ କରୋନାରୁ ବଞ୍ଚିବା ପାଇଁ ଏକସଙ୍ଗରେ ଲଢିବା ଠିକ୍‌ ହେବ। ସୂଚନାଯୋଗ୍ୟ, ଭାରତ ବାୟୋଟେକ ପକ୍ଷରୁ ପ୍ରସ୍ତୁତ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଆରମ୍ଭ ହୋଇଛି। ଭାରତର ୨୫ଟି କେନ୍ଦ୍ରରୁ ୨୬ ହଜାର ସ୍ବେଚ୍ଛାସେବୀଙ୍କ ଉପରେ ଏହା ପରୀକ୍ଷା ହେବ। ଇଣ୍ଡିଆନ କ୍ୟାନସର ଅଫ ମେଡିକାଲ ରିସର୍ଚ୍ଚ ଅର୍ଥାତ୍‌ ଆଇସିଏମ ସହିତ ସହଭାଗିତାରେ ଏହି ପରୀକ୍ଷା କରାଯାଉଛି। ସ୍ବେଚ୍ଛାସେବୀ ମାନଙ୍କୁ ଆସନ୍ତା ବର୍ଷ ପର୍ଯ୍ୟନ୍ତ ନଜରରେ ରଖାଯିବ। ଭାରତରେ କୋଭିଡ ୧୯ ଟିକା ପାଇଁ ଏହା ହେଉଛି ସବୁଠାରୁ ବଡ କ୍ଲିନିକାଲ ପରୀକ୍ଷା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri