କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ସହରରେ…

ନୂଆଦିଲ୍ଲୀ, ୨୭।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ବିଭିନ୍ନ ଦେଶର ବୈଜ୍ଞାନିକ ଲାଗି ରହିଛନ୍ତି। ଏପରିସ୍ଥଳେ ଭାରତ ମଧ୍ୟ ପଛରେ ନାହିଁ। ପୁଣେ ସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି କାର୍ଯ୍ୟ ଜୋରସୋର୍‌ରେ ଜାରି ରହିଛି। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଏସଷ୍ଟ୍ରାଜେନିକା ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା ପ୍ରତିଷେଧକ ଟୀକା ‘କୋଭି ଶିଲ୍ଡ’ର ତୃତୀୟ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷଣ ଭାରତରେ କରାଯିବ। ଏହା ପୂର୍ବରୁ ହୋଇଥିବା ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଭାରତରେ କରାଯାଇ ନ ଥିବାବେଳେ ଶେଷ ୨ ପର୍ଯ୍ୟାୟ ଭାରତରେ କରାଯିବ। ଏନେଇ କମ୍ପାନୀ ପକ୍ଷରୁ ଭାରତ ସରକାରଙ୍କ ଔଷଧ ମହାନିୟନ୍ତ୍ରକ(ଡିସିଜିଆଇ)ଙ୍କର ଅନୁମତି ଲୋଡ଼ାଯାଇଛି। ଏହା ପ୍ରଥମ ୨ ପର୍ଯ୍ୟାୟ ପରୀକ୍ଷଣ ସଫଳ ରହିଥିବା କୁହାଯାଉଛି। ଭାରତରେ ଅଗଷ୍ଟ ମଧ୍ୟ ଭାଗରୁ ହେବାର ଆଶା ରହିଛି। ପ୍ରଥମେ ପୁଣେ ଏବଂ ମୁମ୍ବାଇ ବାସୀଙ୍କଠାରେ ଏହି ଟୀକାର ପରୀକ୍ଷା କରାଯିବ ବୋଲି ସିରମ୍‌ ଇନଷ୍ଟିଚ୍ୟୁଟର ସିିଇଓ ଅଦାର ପୁନଓ୍ବୋଲା କହିଛନ୍ତି। ପ୍ରାୟ ୪ରୁ ୫ ହଜାର ଲୋକଙ୍କଠାରେ ଏହାର ପରୀକ୍ଷା କରାଯିବ। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମହାରାଷ୍ଟ୍ରରେ ଅଧିକ ଥିବାରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri