କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ଲୋକଙ୍କୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଆଉ ୧୫ ଦିନ ମଧ୍ୟରେ ଏହାର ବ୍ୟବହାର କରାଯିବ ବୋଲି କୁହାଯାଉଛି। ପ୍ରଥମେ ଏହି ଟୀକା ଫ୍ରଣ୍ଟ୍‌ ଲାଇନ୍‌ ଓ୍ବାର୍କରଙ୍କୁ ଦିଆଯିବ। ପରବର୍ତ୍ତୀ ସମୟରେ ସ୍ବାସ୍ଥ୍ୟକର୍ମୀ,ଡାକ୍ତର ଏବଂ ନର୍ସଙ୍କୁ ଦିଆଯିବ। ସେମାନେ ଆକ୍ରାନ୍ତଙ୍କ ସହିତ କାର୍ଯ୍ୟ କରୁଥିବାରୁ ଏଭଳି କରାଯିବ ବୋଲି କୁହାଯାଉଛି। ରୁଷ୍‌ରେ ଟୀକାକୁ ସୈନ୍ୟ ଏବଂ ସ୍ବୟଂସେବକଙ୍କୁ ଦିଆଯାଇଛି ବୋଲି ଏହି ପରିିଯୋଜନାର ନିର୍ଦ୍ଦେଶକ ଆଲେକ୍ସ୍‌ଜାଣ୍ଡାର୍‌ ଗିନ୍ସ୍‌ବର୍ଗ କହିଛନ୍ତି। ଆମେରିକାରେ ପ୍ରସ୍ତୁତ ମୋଡ଼ର୍ନା କମ୍ପାନୀର କରୋନା ଟୀକା ୩୦ ହଜାର ଲୋକଙ୍କଠାରେ ପରୀକ୍ଷା କରାଯାଇଛି। ଏହାର ରିପୋର୍ଟ ଅଗଷ୍ଟ ଶେଷ କିମ୍ବା ସେପ୍ଟେମ୍ବର ପ୍ରଥମ ଭାଗରେ ଆସିବ। ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଟୀକା ପରୀକ୍ଷଣର ଶୀର୍ଷରେ ରହିଛି। ଭାରତରେ ପୁଣେସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ସହାୟତାରେ ଟୀକାର ତୃତୀୟ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷଣ କରାଯିବ। ଏହି ଟୀକା ଚଳିତ ବର୍ଷ ଶେଷ ସୁଦ୍ଧା ବଜାରକୁ ଆସିବ ବୋଲି କୁହାଯାଉଛି। ଭାରତ ବାୟୋଟିକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍‌ର ପରୀକ୍ଷା ଦିଲ୍ଲୀ ଏମ୍ସ୍‌, ପାଟନା ଏମ୍ସ୍‌, ରୋହତକ ସିଜିଆଇ ସମେତ ଅନ୍ୟ ସଂସ୍ଥାରେ କରାଯାଇଛି। ସେହିପରି ଜାୟଡସ୍‌ କ୍ୟାଡ଼ିଲା ଔଷଧ କମ୍ପାନୀ ଦ୍ୱାରା ପ୍ରସ୍ତୁତ ଟୀକାର ପରୀକ୍ଷଣ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri