କରୋନା ଟୀକା ପ୍ରଥମେ ଏହି ଦେଶର ଲୋକଙ୍କୁ ଦିଆଯିବ…

ମସ୍କୋ, ୩୦।୭: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଗତ ୬ ମାସ ଧରି ଆତଙ୍କ ଦେଖାଦେଇଥିବାବେଳେ ଆଶାର କିରଣ ଦେଖାଦେଇଛି। ବିଭିନ୍ନ ଦେଶର ବହୁ କମ୍ପାନୀ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପରେ ଏହାର ଟ୍ରାଏଲ୍‌ ଜାରି ରଖିଛନ୍ତି। ତେବେ ପ୍ରଥମେ ରୁଷ୍‌ ଅଗଷ୍ଟ ୧୦ ସୁଦ୍ଧା କରୋନା ପ୍ରତିଷେଧକ ଟୀକା ଦେଶରେ ଲୋକଙ୍କ ଉପରେ ପ୍ରୟୋଗ କରିବ ବୋଲି ସୂଚନା ଦେଇଛି। ଟୀକାର ମଞ୍ଜୁରୀ ପାଇଁ ରୁଷ୍‌ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି। ଦେଶର ରାଜକୋଷ ମୁଖ୍ୟ କିରିଲ୍‌ ଦିମିତ୍ରେଭ୍‌ କହିଛନ୍ତି ଯେ, ରୁଷ୍‌ ଅଧିକ ଟଙ୍କା କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ଖର୍ଚ୍ଚ କରୁଛି। କରୋନା ଲଢ଼େଇରେ ଦେଶ ଆଗୁଆ ଥିବା ସେ କହିଛନ୍ତି। ରୁଷ୍‌ ୧୯୫୭ରେ ପ୍ରଥମେ ଉପଗ୍ରହ ମହାକାଶକୁ ପ୍ରେରଣ କରିଥିଲା। ଏବେ କରୋନା ଲଢ଼େଇରେ ମଧ୍ୟ ଦେଶ ପୃଥିବୀରେ ଆଗୁଆ ରହି ନୂଆ ଇତିହାସ ରଚିବାକୁ ଯାଉଛି ବୋଲି ସେ କହିଛନ୍ତି। ଗେମଲିଆ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟୀକାକୁ ଶୀଘ୍ର ମଞ୍ଜୁରୀ ଦେବା ପାଇଁ ରୁଷ୍‌ ସରକାର ଯୋଜନା କରୁଛନ୍ତି। ମଞ୍ଜୁରୀ ମିଳିବା ପରେ ଏହାକୁ ସର୍ବସାଧାରଣଙ୍କୁ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri