କରୋନା ଅଣାୟତ୍ତ ମୁହାଁ: ୧୨ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୨,୫୯୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦,୫୪୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୮ ଥିଲା। ଏହି ସମୟରେ ସକ୍ରିୟ ମାମଲା ୬୫ ହଜାର ଟପି ଏହା ୬୫ ହଜାର ୫୯୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୩ ହଜାର ୫୬୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୦,୮୨୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮,୧୭୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୨୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୫୭ ହଜାର ୯୯୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୬୧ ହଜାର ୪୭୬ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ୨୦ ପ୍ରତିଶତ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri