କରୋନା ଅଣାୟତ୍ତ ମୁହାଁ: ୧୨ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୨,୫୯୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦,୫୪୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୮ ଥିଲା। ଏହି ସମୟରେ ସକ୍ରିୟ ମାମଲା ୬୫ ହଜାର ଟପି ଏହା ୬୫ ହଜାର ୫୯୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୩ ହଜାର ୫୬୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୦,୮୨୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮,୧୭୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୨୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୫୭ ହଜାର ୯୯୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୬୧ ହଜାର ୪୭୬ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ୨୦ ପ୍ରତିଶତ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri