ସାବରମତି ନଦୀରେ କୋଭିଡ-୧୯ ଭାଇରସ୍‌

ଅହମଦାବାଦ,୧୮।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି। କରୋନାକୁ ନେଇ ପ୍ରତିଦିନ କିଛି ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି। ଇତିମଧ୍ୟରେ ଗୁଜରାଟରୁ ଏକ ନୂଆ ମାମଲା ସାମ୍ନାକୁ ଆସିଛି। ରାଜ୍ୟରେ ଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାବରମତି ନଦୀରୁ କରୋନା ଭାଇରସ୍‌ ମିଳିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁଜରାଟ ଅହମଦାବାଦର ମଝିରୁ ବାହାରିଥିବା ସାବରମତି ନଦୀର ପାଣି ନମୁନା ଆଇଆଇଟି ଗାନ୍ଧୀନଗର ସଂଗ୍ରହ କରିଥିଲା। ଏକ ଅଧ୍ୟୟନରୁ ଜଣାପଡ଼ିଥିଲା ଯେ, ପାଣିର ନମୁନାରେ କରୋନା ଭାଇରସ୍‌ ରହିଛି। ଏନେଇ ସୂଚନା ଦେଇଛନ୍ତି ଆଇଆଇଟି ଗାନ୍ଧୀନଗରର ପ୍ରଫେସର ମନୀଷ କୁମାର। ୨୦୨୦ ସେପ୍ଟେମ୍ବର ୩ରୁ ଡିସେମ୍ବର ୨୯ ପର୍ଯ୍ୟନ୍ତ ପ୍ରତି ସପ୍ତାହରେ ଏହି ନମୁନା ସଂଗ୍ରହ କରାଯାଇଥିଲା। ଏହାକୁ ଅଧ୍ୟୟନ କରାଯିବା ପରେ ପାଣିରେ କରୋନା ସଂକ୍ରମଣ ରହିଥିବା ଜଣାପଡ଼ିଥିଲା। କେବଳ ସେତିକି ନୁହେଁ ସାବରବତି ନଦୀ ବ୍ୟତୀତ ଅହମଦାବାଦର ଦୁଇଟି ବଡ଼ ପୋଖରୀ କାଙ୍କରିଆ ଓ ଚାନ୍ଦେଲାରେ ମଧ୍ୟ କରୋନା ଭାଇରସ୍‌ ଲକ୍ଷଣ ଦେଖିବାକୁ ମିଳିଛି। ସାବରମତି ପୂର୍ବରୁ ଗଙ୍ଗା ନଦୀ ସହ ସଂଯୁକ୍ତ ଥିବା ବିଭିନ୍ନ ସ୍ବରେଜରେ ବି କରୋନା ଭାଇରସ୍‌ ଚିହ୍ନଟ ହୋଇଥିଲା। ବର୍ତ୍ତମାନ ପ୍ରାକୃତିକ ଜଳରେ ଏଭଳି କରୋନା ଲକ୍ଷଣ ଦେଖାଯିବା ସମସ୍ତଙ୍କ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି। ଅନ୍ୟପଟେ ଅଧ୍ୟୟନରୁ ଜଣାପଡ଼ିଛି ଯେ, ପ୍ରାକୃତିକ ଜଳରେ ମଧ୍ୟ ଭାଇରସ୍‌ ଜୀବିତ ହୋଇ ରହିଥାଏ। ତେଣୁ ବିଶେଷଜ୍ଞଙ୍କ ଅନୁସାରେ ଦେଶର ସମସ୍ତ ପ୍ରାକୃତିକ ଜଳର ଯାଞ୍ଚ କରାଯିବା ଉଚିତ୍‌। କାରଣ କରୋନାର ଦ୍ୱିତୀୟ ଲହରରେ ଭାଇରସ୍‌୍‌ର ଅନେକ ଗମ୍ଭୀର ମ୍ୟୁଟାଣ୍ଟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri