ସଂଘାଇ ପରେ ଏବେ ବେଜିଂ ପାଳି: ହେବ ଲକ୍‌ଡାଉନ

ବେଜିଂ,୫।୫: ଗୋଟିଏ ପଟେ ସାରା ବିଶ୍ୱରେ ଯେଉଁଠି କରୋନା ନିୟନ୍ତ୍ରଣରେ ଆସୁଥିବା ବେଳେ କିନ୍ତୁ ଏନ୍ତୁଡିଶାଳ କୁହାଯାଉଥିବା ଚାଇନାର ସ୍ଥିତି ଏବେ ଅଣାୟତ୍ତ ହେବାରେ ଲାଗିଛି। ଚାଇନାର ସଂଘାଇ ପରେ ଏବେ ରାଜଧାନୀ ବେଜିଂରେ କରୋନା ପ୍ରକୋପ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ବେଜିଂର ସ୍କୁଲ, ରେଷ୍ଟୁରାଣ୍ଟ, ବ୍ୟବସାୟ ବ୍ୟତୀତ ଅନେକ ମେଟ୍ରୋ ଷ୍ଟେସନ୍‌କୁ ବନ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ ସେତିକି ନୁହେଁ, ଲୋକଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଫଳରେ କରୋନା କବଳରୁ ଲୋକମାନେ ବର୍ତ୍ତିପାରିବେ। ଅନ୍ୟପଟେ ବେଜିଂରେ ଜିରୋ କୋଭିଡ ନୀତିି ଆଧାରରେ ବ୍ୟାପକ ପରୀକ୍ଷଣ କରାଯାଉଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ଭଳି ପ୍ରତିବନ୍ଧକ ମଧ୍ୟ ଲାଗୁ କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବେଜିଂରେ ୫୦ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ବେଜିଂର ଚ୍ୟାଙ୍ଗ ଓ ଟୋଙ୍ଗଝାଉ ଜିଲାରେ ଲୋକଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ କରିବାକୁ ପରାମର୍ଶ ଦିଆଯାଇଛି। ଚ୍ୟାଙ୍ଗ ଜିଲାରେ ପ୍ରାୟ ୩୫ଲକ୍ଷ ଲୋକ ବାସ କରୁଥିବା ବେଳେ ସେମାନଙ୍କୁ ଭିଡ଼ରୁ ଦୂରେଇ ରହିବାକୁ କୁହାଯାଇଛି। ସେହିପରି ଟୋଙ୍ଗଝାଉରେ ଅନେକ ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଟିମ୍‌ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି 

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ…

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍‌

ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍‌ ଶେଷ ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri