ମଞ୍ଜି ପ୍ୟାକେଟରେ କରୋନା ଭୂତାଣୁ: ଲୋକେ ଆତଙ୍କିତ !

ଓ୍ବାଶିଂଟନ, ୪।୮: ଚାଇନା କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିତ୍ବାବେଳେ ଏବେ ଏହାର ପ୍ରତିଟି କାର୍ଯ୍ୟ ସନ୍ଦେହ ଜନକ ରହୁଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେଉଛି। ସମ୍ପ୍ରତି ଚାଇନା ଆମେରିକାକୁ କିଛି ମଞ୍ଜିି ପ୍ୟାକେଟ ପଠାଇଛି। ଏସବୁ ସାଧାରଣ ମଞ୍ଜିଠାରୁ ଭିନ୍ନ ଦେଖାଯାଉଛି। ତେଣୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଆମେରିକାର ୨୨ଟି ପ୍ରଦେଶରେ ଏଭଳି ପ୍ୟାକେଟ୍‌ ଲୋକଙ୍କ ପାଖରେ ପହଞ୍ଚିଛି। କାଳେ ପ୍ୟାକେଟରେ ମଞ୍ଜି ସହିତ କରୋନା ଭୂତାଣୁ ରହିଥିବ ସେନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ସେହିପରି କେତେକଙ୍କ ପାଖକୁ ପନିପରିବା, ଫଳ, ଜଡ଼ି ବୁଟି ଆଦି ପ୍ୟାକେଟ ପହଞ୍ଚିଛି। ସେମାନେ ଅନ୍‌ଲାଇନରେ କୌଣସି ଅର୍ଡର କରି ନ ଥିଲେ ମଧ୍ୟ ଏସବୁ ଅଚାନକ ସେମାନଙ୍କ ପାଖରେ ପହଞ୍ଚିଥିବା ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଖବର ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାଇମ୍ସ୍‌ରେ ପ୍ରକାଶ ପାଇଥିବା କୁହାଯାଉଛି। ଆମେରିକା ଗୋଇନ୍ଦା ବିଭାଗ ଅନୁସାରେ ପ୍ୟାକେଟରେ ୧୪ ପ୍ରକାର ଚାରା ମଞ୍ଜି ରହିଛି। ପେନ୍‌ ବିଶ୍ୱବିଦ୍ୟାଳୟର ବୃକ୍ଷ ଚାରା ଗବେଷକଙ୍କ ଅନୁସାରେ ହୁଏତ ଚାଇନା ଏହା ମାଧ୍ୟମରେ ଜୈବିକ ଯୁଦ୍ଧର ପ୍ରସ୍ତୁତି କରୁଛି। ଏହି ମଞ୍ଜିକୁ ଲଗାଇବା ହୁଏତ କ୍ଷତିକାରକ ହୋଇପାରେ ବୋଲି ମାସାଚ୍ୟୁସେଟ୍ସର ସଲେମ ଷ୍ଟେଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଏହା ଦେଶୀ ପ୍ରଜାତିକୁ ବିସ୍ଥାପିତ କରିଦେବାର ଆଶଙ୍କା ରହିଛି। ଅର୍ଡର କରି ନ ଥିବା ପ୍ୟାକେଟ ଘରେ ପହଞ୍ଚିବାରୁ ଲୋକେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ପାଖୁ ଫୋନ୍‌ ମଧ୍ୟ କରୁଛନ୍ତି। ସୁରକ୍ଷା ଦୃଷ୍ଟିିରୁ ଆମେରିକାର ୫୦ଟି ପ୍ରଦେଶରେ ଏଭଳି ପ୍ୟାକେଟ ଗ୍ରହଣ ନ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଏବେ ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri