ଫେରୁଛି କରୋନା: ବେଜିଂ ସମେତ ଚାଇନାର ଅଧିକାଂଶ ଅଞ୍ଚଳରେ ବଢୁଛି ସଂକ୍ରମଣ

ବେଜିଂ,୨୪ ।୧୦: ଚାଇନର ରାଜଧାନୀରେ ଶନିବାର ୧୯ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ପୁଣିଥରେ କରୋନାକୁ ନେଇ ଚିନ୍ତା ବଢି ଯାଇଛି । ଦେଶରେ ପୁଣିଥରେ କରୋନା ଫେରୁଥିବା ଦେଖି ଅଧିକାରୀମାନେ ଯାଞ୍ଚ ବଢାଇ ଦେବା ସହ ହୋଟେଲ ବୁକିଂ ଉପରେ କଟକଣା ଲଗାଇଛନ୍ତି । ବେଜିଂରେ ସଂକ୍ରମିତ ହୋଇଥିବା ୫ ଜଣ ଇନର ମଙ୍ଗୋଲିୟା ସ୍ୱାୟତ୍ତ ଅଞ୍ଚଳ, ନିଂଗ୍ସିଶିୟା ହୁଇ ସ୍ୱାୟତ୍ତ ଅଞ୍ଚଳ ଓ ଶାଂକ୍ସି ଅଞ୍ଚଳକୁ ୧୨ ଅକ୍ଟୋବରରୁ ୧୫ ଅକ୍ଟୋବର ମଧ୍ୟରେ ଯାତ୍ରା କରି ୧୬ ଅକ୍ଟୋବରକୁ ବେଜିଂ ଫେରିଥିଲେ । ଜଣେ ସଂକ୍ରମିତ ଅନ୍ୟ ଜଣଙ୍କ ସମ୍ପର୍କରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି । ଏହା ପୂର୍ବରୁ ଶୁକ୍ରବାର ବିଦେଶରେ ୩୨ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା । ଏହାର କାରଣ ସାଂଘାଇରେ ରହୁଥିବା ଜଣେ ବୃଦ୍ଧ ଦମ୍ପତି ବୋଲି କୁହାଯାଉଛି । ଯିଏ ଶିୟାନ ସମେତ କିଛି ସହର ଗସ୍ତ କରିବା ପରେ କରୋନାରେ ପୀଡ଼ିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri