କରୋନା ଭାଇରସ ସଂକ୍ରମଣ: ଖୁବ୍‌ଶୀଘ୍ର ଆମେରିକାକୁ ପଛରେ ପକାଇବ ଭାରତ

ନୂଆଦିଲ୍ଲୀ,୧୭ ।୯: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । କିଛିଦିନ ହେବ ଲଗାତାର ଭାବେ ୨୪ ଘଣ୍ଟାରେ ୯୦ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ସ୍ଥିତିରେ ଭାରତ ଏବେ ଦ୍ୱିତୀୟ ସ୍ଥାନରେ ରହିଛି । ଆଉ ଏହା ଦ୍ରୁତ ଗତିରେ ଏକ ନମ୍ବର ସ୍ଥାନରେ ପହଞ୍ଚିବାକୁ ଯାଉଛି । କାରଣ ଏବେ ଭାରତରେ ଦିନକୁୁ ଯେତିକି ସଂକ୍ରମିତ ଚିହ୍ନଟ ହେଉଛନ୍ତି କୌଣସି ଦେଶରେ ଦିନକୁ ଏତେ ସଂଖ୍ୟାରେ ସଂକ୍ରମିତ ଦେଖାଯାଉ ନାହାଁନ୍ତି । ଏବେ ଆମେରିକା ପ୍ରଥମ ସ୍ଥାନରେ ଥିବା ବେଳେ ସେଠାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୮ ଲକ୍ଷ ଅତିକ୍ରମ କରି ସାରିଲାଣି । ଆଉ ଭାରତ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ଏବେ ସୁଦ୍ଧା ୫୧ ଲକ୍ଷ ଅତିକ୍ରମ କରି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଗତ ୨୪ ଘଣ୍ଟାରେ ଦେଶରେ ୯୭,୮୯୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସଂକ୍ରମଣ ସ୍ଥିତିରେ ବ୍ରାଜିଲ ତୃତୀୟ ସ୍ଥାନରେ ରହିଛି । ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୪୩ ଲକ୍ଷ ଅତିକ୍ରମ କରି ସାରିଲାଣି । ସାରା ବିଶ୍ୱରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯,୭୫୩,୯୭୮ ଥିବା ବେଳେ ଏମାନଙ୍କ ମଧ୍ୟରୁ ୯,୩,୬୭୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri