୪,୮୦୦ରୁ ଅଧିକ ଆଇସ୍‌ କ୍ରିମ୍‌ ବାକ୍ସରେ କରୋନା ଭୂତାଣୁ

ବେଜିଂ,୧୬।୧: କରୋନା ସଂକ୍ରମଣ ନେଇ ଚାଇନାରେ ପୁଣି ଆତଙ୍କ ଦେଖାଦେଇଛି। ଏଠାରେ ୪,୮୩୬ ଆଇସ୍‌ କ୍ରିମ୍‌ ବାକ୍ସ୍‌ରେ କରୋନା ଭୂତାଣୁ ରହିଥିବା ସ୍ବାସ୍ଥ୍ୟ ଅଧିକାରୀମାନେ ସୂଚନା ଦେଇଛନ୍ତି। ଦେଶର ଉତ୍ତର ପୂର୍ବ ଅଞ୍ଚଳରେ ଥିବା ତିଆନ୍‌ଜିିନ୍‌ ନଗର ପାଳିକାରେ ଥିବା ତିଆନ୍‌ଜିିନ୍‌ ଫୁଡ୍‌ କମ୍ପାନୀର ୩ଟି ପ୍ରକାର ଆଇସ୍‌ କ୍ରିମ୍‌ କରୋନା ସଂକ୍ରମିତ ହୋଇଥିବା କୁହାଯାଇଛି। ୪୫୦ ଗ୍ରାମ୍‌ ବିଶିଷ୍ଟ ଆଇସ୍‌ କ୍ରିମ୍‌ ବାକ୍ସ ସଂକ୍ରମିତ ହୋଇଛି। ସେଥିମଧ୍ୟରୁ ୨,୦୮୯ ବାକ୍ସକୁ ଷ୍ଟୋରେଜ୍‌ରେ ସିଲ୍‌ କରି ଦିଆଯାଇଛି। ଅପରପକ୍ଷରେ ସଂକ୍ରମିତ ଥିବା ୧,୮୧୨ ବାକ୍ସକୁ ଅନ୍ୟ ଅଞ୍ଚଳକୁ ପଠାଇ ଦିଆଯାଇଛି। ୯୩୫ ଆଇସ୍‌ କ୍ରିମ୍‌ ବାକ୍ସକୁ ସ୍ଥାନୀୟ ବଜାରକୁ ପଠାଯାଇଥିବାବେଳେ ୬୫ ବାକ୍ସର ବିକ୍ରି ହେଇ ସାରିଛି। ଏହି ଆଇସ୍‌ କ୍ରିମ୍‌ କେଉଁ ମାନେ ନେଇ ଖାଇଛନ୍ତି ଏବେ ତାହାର ତଦନ୍ତ ଆରମ୍ଭ ହୋଇଛି। ଆଇସ୍‌ କ୍ରିମ୍‌ କମ୍ପାନୀରେ କାମ କରୁଥିବା ୧,୬୬୨ କର୍ମଚାରୀଙ୍କୁ ଆଇସୋଲେଶନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କୁ ଆତଙ୍କିତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଆଇସ୍‌ କ୍ରିମ୍‌ରେ ବ୍ୟବହୃତ ହେଉଥିବା ଚର୍ବିରେ କରୋନା ଭୂତାଣୁ ରହିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri