ଉହାନ ସି-ଫୁଡ୍‌ ବଜାରରୁ ବ୍ୟାପିଥିଲା କରୋନା

ବେଜିଂ, ୯।୨: କରୋନା ଭୂତାଣୁର ଉତ୍ସ ଖୋଜୁଥିବା ବୈଜ୍ଞାନିକମାନେ ଚାଇନାରେ ତଦନ୍ତ କରି କେତେକ ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇଛନ୍ତି। ମହାମାରୀ ବ୍ୟାପିବାରେ ଉହାନ ସାମୁଦ୍ରିକ ଖାଦ୍ୟ ବଜାରର ଭୂମିକା ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପ୍ରାୟୋଜନରେ ଚାଲିଥିବା ମିଶନରେ ନ୍ୟୁୟର୍କର ଜୀବବିଜ୍ଞାନୀ ପିଟର ଡାସ୍‌ଜାକ୍‌ ସହଯୋଗ କରିଥିଲେ। ୧୪ ଜଣିଆ ଟିମ୍‌ ଚାଇନାରେ ବିଶେଷଜ୍ଞମାନଙ୍କ ସହ କାର୍ଯ୍ୟ କରୁଛନ୍ତି। ସେମାନେ ବିଭିନ୍ନ ହଟ୍‌ସ୍ପଟ ଓ ଗବେଷଣାକେନ୍ଦ୍ରକୁ ଯାଇ କେତେକ ବାସ୍ତବ ସୂଚନା ସଂଗ୍ରହ କରିଛନ୍ତି।
ବିଶେଷଜ୍ଞମାନଙ୍କ କହିବା ଅନୁଯାୟୀ ଉହାନଠାରୁ ୧୦୦୦ ମାଇଲ୍‌ ଦୂରରୁ କରୋନାର ନିକଟ ସମ୍ପର୍କୀୟ ଭୂତାଣୁ ବାଦୁଡ଼ିଠାରୁ ଆସିଥିଲା। ତେବେ ବାଦୁଡ଼ିଠାରୁ ସିଧାସଳଖ ମଣିଷ ଦେହକୁ ଉକ୍ତ ଭୂତାଣୁ ଆସିଥିବାର କୌଣସି ସ୍ପଷ୍ଟ ସୂଚନା ନାହିଁ। ତାହା କିପରି ଉହାନରେ ବ୍ୟାପିଲା ଜାଣିବାକୁ ସେମାନେ ଉଦ୍ୟମ ଚଳାଇଛନ୍ତି। କରୋନା ମହାମାରୀରେ ବର୍ତ୍ତମାନ ସୁଦ୍ଧା ୧୦.୫୭ କୋଟି ସଂକ୍ରମିତ ହୋଇଥିବାବେଳେ ୨୩ ଲକ୍ଷଙ୍କ ମୃତ୍ୟୁ ହେଲାଣି। ଭୂତାଣୁର ଉତ୍ସ ଖୋଜି ବାହାର କରିବାକୁ ଗତବର୍ଷ ମେ’ରେ ଡବ୍ଲ୍ୟୁଏଚ୍‌ଓକୁ କୁହାଯାଇଥିଲା। ଉହାନ ଭାଇରୋଲୋଜି ଇନ୍‌ଷ୍ଟିଚ୍ୟୁଟରୁ ଭୂତାଣୁ ଆସିଥିବା କଥାକୁ ବୈଜ୍ଞାନିକମାନେ ଅସ୍ବୀକାର କରିଛନ୍ତି। ସେମାନେ ଅଧିକରୁ ଅଧିକ ତଥ୍ୟ ସଂଗ୍ରହ କରି ତାହାର ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri