ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୧୨,୨୩୮ ସଂକ୍ରମିତ ଚିହ୍ନଟ: ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୩୨୪ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ସୁନ୍ଦରଗଡ ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ସୁନ୍ଦରଗଡ ଜିଲାରୁ ସର୍ବାଧିକ ୨୦୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲା। ଏଠାରୁ ୧୮୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲାରୁ ୯୧୬, କଳାହାଣ୍ଡିରୁ ୫୮୦, ସମ୍ବଲପୁରରୁ ୫୪୪, ଅନୁଗୋଳ ଜିଲାରୁ ୪୮୦, ବାଲେଶ୍ୱରରୁ ୪୩୭, ବରଗଡ ୪୭୫, ଭଦ୍ରକରୁ ୩୮୧,ଗଞ୍ଜାମରୁ ୩୧୨, ଯାଜପୁରରୁ ୩୧୮, ଝାରସୁଗୁଡା ୩୦୬ ଓ ପୁରୀରୁ ୩୬୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗିର ଜିଲାରୁ ୨୬୦ ଜଣ, ବୌଦ୍ଧରୁ ୧୨୮, ଦେବଗଡ ୬୦, ଢେଙ୍କାନାଳରୁ ୧୪୨, ଗଜପତିରୁ ୯୧, ଜଗତସିଂହପୁରରୁ ୧୬୮, କନ୍ଧମାଳରୁ ୬୯, କେନ୍ଦ୍ରାପଡା ୧୯୨, କେନ୍ଦୁଝରରୁ ୧୭୯, କୋରାପୁଟରୁ ୧୩୦, ମାଲକାନଗିରିରୁ ୬୦, ମୟୂରଭଞ୍ଜରୁ ୨୫୭, ନବରଙ୍ଗପୁରରୁ ୨୮୨, ନୟାଗଡ ୧୯୪, ନୂଆପଡା ୨୯୦, ରାୟଗଡା ୨୦୧ ଓ ସୋନପୁରରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ ପୁଲ୍‌ରୁ ୩୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୨ହଜାର ୪୦୦କୁ ବୃଦ୍ଧି ପାଇଛି। ଆକ୍ଟିଭ ୮୬,୯୫୦ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୨୩ ହଜାର ୨୫୭। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri