ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୧୨,୨୩୮ ସଂକ୍ରମିତ ଚିହ୍ନଟ: ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୩୨୪ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ସୁନ୍ଦରଗଡ ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ସୁନ୍ଦରଗଡ ଜିଲାରୁ ସର୍ବାଧିକ ୨୦୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲା। ଏଠାରୁ ୧୮୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲାରୁ ୯୧୬, କଳାହାଣ୍ଡିରୁ ୫୮୦, ସମ୍ବଲପୁରରୁ ୫୪୪, ଅନୁଗୋଳ ଜିଲାରୁ ୪୮୦, ବାଲେଶ୍ୱରରୁ ୪୩୭, ବରଗଡ ୪୭୫, ଭଦ୍ରକରୁ ୩୮୧,ଗଞ୍ଜାମରୁ ୩୧୨, ଯାଜପୁରରୁ ୩୧୮, ଝାରସୁଗୁଡା ୩୦୬ ଓ ପୁରୀରୁ ୩୬୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗିର ଜିଲାରୁ ୨୬୦ ଜଣ, ବୌଦ୍ଧରୁ ୧୨୮, ଦେବଗଡ ୬୦, ଢେଙ୍କାନାଳରୁ ୧୪୨, ଗଜପତିରୁ ୯୧, ଜଗତସିଂହପୁରରୁ ୧୬୮, କନ୍ଧମାଳରୁ ୬୯, କେନ୍ଦ୍ରାପଡା ୧୯୨, କେନ୍ଦୁଝରରୁ ୧୭୯, କୋରାପୁଟରୁ ୧୩୦, ମାଲକାନଗିରିରୁ ୬୦, ମୟୂରଭଞ୍ଜରୁ ୨୫୭, ନବରଙ୍ଗପୁରରୁ ୨୮୨, ନୟାଗଡ ୧୯୪, ନୂଆପଡା ୨୯୦, ରାୟଗଡା ୨୦୧ ଓ ସୋନପୁରରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ ପୁଲ୍‌ରୁ ୩୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୨ହଜାର ୪୦୦କୁ ବୃଦ୍ଧି ପାଇଛି। ଆକ୍ଟିଭ ୮୬,୯୫୦ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୨୩ ହଜାର ୨୫୭। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।