କରୋନା ବୃଦ୍ଧି କରିପାରେ କିଡ୍‌ନୀ ସଂକ୍ରମଣ

କୋଭିଡ୍‌-୧୯ର ଭୟାବହତା ଏବେ ମଧ୍ୟ ଦୂର ହୋଇନାହିଁ। ସାର୍‌ସ-କୋଭ୍‌-୨ ପରେ ଏବେ ଓମିକ୍ରନ୍‌ ଭ୍ୟାରିୟାଣ୍ଟ ପୁଣି ଥରେ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। କୋଭିଡ୍‌କୁ ନେଇ ଏକ ନୂଆ ତଥ୍ୟ ନିକଟରେ ଲୋକଲୋଚନକୁ ଆସିଛି। ଏହାଦ୍ୱାରା ଆକ୍ରାନ୍ତ ହେଲେ କିଡ୍‌ନୀ ସଂକ୍ରମଣ ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ୟୁନିଭରସିଟି ଅଫ୍‌ ଓ୍ବାଶିଂଟନ୍‌ ସ୍କୁଲ୍‌ ଅଫ୍‌ ମେଡିସିନ୍‌ ତରଫରୁ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ସେମାନଙ୍କ ଦ୍ୱାରା ହୋଇଥିବା ଏହି ସର୍ଭେରୁ ଜଣାପଡିଛି ଯେ, କୋଭିଡ୍‌-୧୯ରେ ସଂକ୍ରମିତ ହୋଇଥିବା ପ୍ରାୟ ୨୫ ପ୍ରତିଶତ ଲୋକଙ୍କର ଗୁରୁତର କିଡ୍‌ନୀ ସମସ୍ୟା ଦେଖାଦେଇଛି। ଏପରି କି କେତେକଙ୍କର କିଡ୍‌ନୀ ନଷ୍ଟ ହୋଇଛି। କରୋନା ଦ୍ୱାରା ଆକ୍ରାନ୍ତ ହେବା ପରେ ଇମ୍ୟୁନୋ ସିଷ୍ଟମ୍‌ରୁ କ୍ଷରିତ ହେଉଥିବା ଇନ୍‌ଫ୍ଲାମେଟୋରି ପ୍ରୋଟିନ୍‌ ଏବଂ ସାଟୋକାଇନିନ ଏହି ଭାଇରସ୍‌ ସଂସ୍ପର୍ଶରେ ଆସି ଶରୀରରେ ଥିବା ଟିସୁ ଏବଂ ଅଙ୍ଗପ୍ରତ୍ୟଙ୍ଗକୁ ନଷ୍ଟ କରିଦିଏ। କିଡ୍‌ନୀରେ ଥିବା ୧୧ ପ୍ରକାର ସେଲ୍‌ରୁ ଯଦି ଗୋଟିଏ ପ୍ରକାର ସେଲ୍‌ ବାହ୍ୟ ଜୀବାଣୁ ବା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୁଏ, ତେବେ ଏହା କିଡ୍‌ନୀର କାର୍ଯ୍ୟଧାରାକୁ ପ୍ରଭାବିତ କରିଥାଏ। ଉକ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କୋଭିଡ୍‌ରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିର ଯଦି କିଡ୍‌ନୀ ଯଦି ଖରାପ ହୁଏ, ତେବେ ଏହା ଭଲ ହେବାର ଆଶଙ୍କା ଖୁବ୍‌ କମ୍‌ ରହିଥାଏ। ଏଥିପାଇଁ ଏପରି ସମସ୍ୟାରୁ ରକ୍ଷା କରିବା ପାଇଁ ଗବେଷଣା ଚାଲିଛି ବୋଲି ଉକ୍ତ ରିପୋର୍ଟରେ ଦର୍ଶାଯାଇଛି। ଏଥିରୁ ରକ୍ଷା ପାଇବା ପାଇଁ ହେଲେ ସତର୍କତା ଅବଲମ୍ବନ କରିବା ସହ ଡାକ୍ତରଙ୍କ ସହ ତୁରନ୍ତ ପରାମର୍ଶ କରିବା ପାଇଁ ଗବେଷକମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri