କରୋନାର ସଙ୍ଗିନ ସ୍ଥିତି : ଝାରସୁଗୁଡ଼ା ଜିଲାର ୧୨ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଝାରସୁଗୁଡ଼ା ଅଫିସ, ୪।୪: ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଝାରସୁଗୁଡ଼ା ଜିଲାରେ ଏହାର ପ୍ରଭାବ ଦେଖାଦେଇଛି । ଶନିବାର ଜିଲାରେ ୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହି ସଂଖ୍ୟା ୭୮ରେ ପହଞ୍ଚିଛି । ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜିଲାର ୧୨ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥି ମଧ୍ୟରେ ରହିଛି ଝାରସୁଗୁଡା ସହରର ବେହେରାମାଳର , ସରବାହାଳ ୨ଟି ସ୍ଥାନ, ଝଣ୍ଡାଛକ, ବମ୍ବେଛକ, ରେଲୱ କଲୋନୀର ୨ଟି ସ୍ଥାନ, କବରସ୍ତାନପଡା, କର୍ମିରା ବ୍ଲକ ଅଞ୍ଚଳର ମାଲୁଆପଡା, ନକ୍ସାପାଲି, ଅର୍ଡା, ଲଖନପୁର ବ୍ଲକର ପିପିଲିମାଲ ରହିଛି । ଏହି ଅଞ୍ଚଳର ଲୋକେ ବାହାରକୁ ନ ବାହାରି ଘରେ ରହି ନିୟମକୁ ଅନୁପାଳନ କରିବେ । ଯାନବାହନ ଚଳାଚଳକୁ ନିଷିଦ୍ଧ କରାଯାଇଛି । କରୋନା ପଜିଟିଭଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri