କରୋନା ମୃତ୍ୟୁ ସଂଖ୍ୟା ଟପିଲା ୪୦ ହଜାର

ନୂଆଦିଲ୍ଲୀ, ୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୮ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି। ଏହି ଧାରା ଜାରି ରହିଲେ ଆଉ ଗୋଟିଏ ଦିନ ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ଛୁଇଁବାର ଆଶଙ୍କା ଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ଲକ୍ଷ ୬୪ ହଜାର ୫୩୭ ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୪୦ ହଜାର ୬୯୯ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୬ ହଜାର ୨୮୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୯୦୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗୁରୁବାର ସୁଦ୍ଧା ୧୩ ଲକ୍ଷ ୨୮ ହଜାର ୩୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୫ ଲକ୍ଷ ୯୫ ହଜାର ୫୦୧ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଦେଶରେ ମୃତ୍ୟୁ ହାର ୨.୦୭ ପ୍ରତିଶତ ରହିଛି। ଅଗଷ୍ଟକ ୫ ସୁଦ୍ଧା ଦେଶରେ ୨ କୋଟି ୨୧ ଲକ୍ଷ ୪୯ ହଜାର ୩୫୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ବୁଧବାର ଗୋଟିଏ ଦିନରେ ୬ ଲକ୍ଷ ୬୪ ହଜାର ୯୪୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri