କରୋନାର ମୃତ୍ୟୁ ତାଣ୍ଡବ: ଘଣ୍ଟାଏରେ ନେଉଛି ୨୪୭ ଜଣଙ୍କ ଜୀବନ

ଓ୍ବାଶିଂଟନ, ୫।୮: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାର ମୃତ୍ୟୁ ତାଣ୍ଡବ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରଏଟର୍ସର ସୂଚନା ଅନୁସାରେ କରୋନା ସଂକ୍ରମଣ ଯୋଗୁ ପ୍ରତିଘଣ୍ଟାରେ ୨୪୭ ଜଣଙ୍କ ଜୀବନ ଯାଉଛି। ସେହିପରି ପ୍ରତି ୧୫ ସେକେଣ୍ଡରେ ଜଣଙ୍କର ମୁଣ୍ଡ କରୋନା ନେଉଛି। ଲଗାତାର ପ୍ରତିଦିନ ୫ ହଜାର ୯ ଶହ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ଘଟୁଥିବା ରଏଟର୍ସ କହିଛି। ବୁଧବାର ସୁଦ୍ଧା ପୃଥିବୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କୋଟିଏ ୮୭ ଲକ୍ଷ ୧୦ ହଜାର ୪୩୨ ରହିଛି। ସେହିପରି ମୃତକଙ୍କ ସଂଖ୍ୟା ୭ ଲକ୍ଷ ୪ ହଜାର ୪୬୨ରେ ପହଞ୍ଚିଛି। ଇତିମଧ୍ୟରେ କୋଟିଏ ୧୯ ଲକ୍ଷ ୨୭ ହଜାର ୧୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୬ ଲକ୍ଷ ୭୮ ହଜାର ୮୩୨ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେମାନଙ୍କ ମଧ୍ୟରୁ ୬ଲକ୍ଷ ୧୩ ହଜାର ୪୯୨ ଜଣଙ୍କଠାରେ ସାଧାରଣ ଲକ୍ଷଣ ପ୍ରକାଶ ପାଇଥିବାବେଳେ ୬୫ ହଜାର ୩୪୦ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଲାଟିନ୍‌ ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏଠାରେ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୬ ହଜାର ଲୋକଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଛି। ସଂକ୍ରମଣ ତାଲିକାର ପ୍ରଥମ ସ୍ଥାନରେ ଆମେରିକା ଥିବାବେଳେ ଦ୍ୱିତୀୟ ସ୍ଥାନରେ ବ୍ରାଜିଲ୍‌ ଏବଂ ତୃତୀୟ ସ୍ଥାନରେ ଭାରତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri