କରୋନାର ଦୋହରା ମାଡ଼: ପୁଣି ଲକ୍‌ଡାଉନ୍‌ !

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୯।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏବେ କେତେକ ଦେଶରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଫଳରେ ପୁଣି ଲକ୍‌ଡାଉନ୍‌ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଇସ୍ରାଏଲ୍‌ କରୋନା ସଂକ୍ରମଣ ପୁଣି ଫେରିଛି। ଏଠାରେ ଶୁକ୍ରବାରଠାରୁ ୩ ସପ୍ତାହ ଲାଗି ଜାତୀୟ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ପୃଥିବୀର ପ୍ରଥମ ଦେଶ ଭାବେ ଇସ୍ରାଏଲ୍‌ରେ ଦ୍ୱିତୀୟ ଥର ପାଇଁ ଲକ୍‌ଡାଉନ୍‌ ଜାରି କରାଯାଇଛି। ସେହିପରି ବ୍ରିଟେନ୍‌ରେ ପୁଣି କରୋନା ସଂକ୍ରମଣ ଫେରିଛି। ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ମାର୍ଗଦଶିକା ପାଳନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଦେଶରେ ୬ ମାସ ପର୍ଯ୍ୟନ୍ତ କଟକଣା ଲାଗୁ କରିବା ଲାଗି ସେ କହିଛନ୍ତି। କରୋନା ସଂକ୍ରମଣ ଫେରିବା ନେଇ ସ୍ପେନ୍‌ ଏବଂ ଫ୍ରାନ୍ସ୍‌ଠାରୁ ବ୍ରିଟେନ୍‌ ୬ ମାସ ପଛରେ ରହିଥିବା ସେ କହିଛନ୍ତି। ଦେଶରେ କରୋନା ସଂକ୍ରମଣ ପୁଣି ଫେରିଥିବାରୁ ଏଠାରେ ଲକ୍‌ଡାଉନ୍‌ ଘୋଷଣା ହେବାର ଆଶଙ୍କା ସୃଷ୍ଟି ହୋଇଛି। ୟୁରୋପରେ କରୋନା ସଂକ୍ରମଣ ପୁଣି ଫେରିଥିବାରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗଭୀର ଚିନ୍ତା ବ୍ୟକ୍ତ କରାଯାଇଛି। ୟୁରୋପରେ କରୋନା ସଂକ୍ରମଣ ବିପଦ୍‌ ଜନକ ସ୍ଥିତିରେ ବଢୁଛି ବୋଲି ବିଶ୍ୱାସ୍ବାସ୍ଥ୍ୟ ସଂଗଠନର କ୍ଷେତ୍ରୀୟ ନିର୍ଦ୍ଦେଶକ ହେନ୍ସ୍‌‌ କ୍ଲୁଜ୍‌ କହିଛନ୍ତି। ୟୁରୋପର ୧୦ଟି ଦେଶରେ ନୂଆ କରୋନା ସଂକ୍ରମଣ ଘଟଣାରେ ଗତ ୨ ସପ୍ତାହ ମଧ୍ୟରେ ୧୦ ପ୍ରତିଶତ ବୃଦ୍ଧି ଘଟିଛି। ଇତିମଧ୍ୟରେ ୭ ଦେଶରେ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣା ହୋଇଛି। ଏହାକୁ ନେଇ ସମ୍ପୃକ୍ତ ଦେଶଗୁଡ଼ିକରେ ପୁଣି ଲକ୍‌ଡାଉନ୍‌ ଜାରି ହେବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri