କରୋନାର ଲଙ୍ଗ୍‌ ଜମ୍ପ୍‌: ଗୋଟିଏ ଦିନରେ ଲକ୍ଷେ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୮।୪: ଦେଶରେ କରୋନାର ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୨୬ ହଜାର ୭୮୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୬୮୫ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି। ଏଭଳି ଧାରା ଜାରି ରହିଲେ ଆଉ ୨ ଦିନ ପରେ ନୂଆ ଆକାନ୍ତଙ୍କ ସଂଖ୍ୟା ଦିନ ପିଛା ଦେଢ଼ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share