‘କରୋନାର ନୂଆ ଷ୍ଟ୍ରେନ୍‌, ଦ୍ୱିତୀୟ ଲହର ନୁହେଁ’

ଭୁବନେଶ୍ୱର,୨୫।୧୨(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ମାତ୍ର ୨୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୪୨ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮ ଜିଲାରୁ ଜଣେ ବି ସଂକ୍ରମିତ ନାହାନ୍ତି। କିନ୍ତୁ ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନକୁ ନେଇ ସାରା ବିଶ୍ୱ ଏବେ ଚିନ୍ତାରେ ପଡ଼ିଛି। ଓଡ଼ିଶାକୁ ୪୩ଜଣ ବ୍ରିଟେନ୍‌ରୁ ଫେରିଥିବା ଜଣାପଡ଼ିଛି। ଏ ସମ୍ପର୍କରେ ପ୍ରତିକ୍ରିୟା ରଖି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି, ବ୍ରିଟେନ୍‌ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି। ଷ୍ଟ୍ରେନ ସମ୍ପର୍କରେ ଅନୁଧ୍ୟାନ ଚାଲିଛି। ପୂର୍ବ କରୋନା ରୋଗୀଙ୍କ ଭଳି ଲକ୍ଷଣ ସମାନ ରହିଛି। ନୂଆ ଷ୍ଟ୍ରେନରେ ସଂକ୍ରମଣ ଅଧିକ ରହୁଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି। କିନ୍ତୁ ବ୍ରିଟେନର ପୂର୍ବ ତିନି ମାସର ସଂକ୍ରମଣ ହାର ଦେଖିଲେ ସେମିତି କିଛି ପ୍ରତିଫଳିତ ହେଉନି। କିନ୍ତୁ ଆମକୁ ସତର୍କ ରହିବାକୁ ପଡ଼ିବ ବୋଲି ସେ କହିଛନ୍ତି। ସରକାର ମଧ୍ୟ ଏସବୁ ଉପରେ ସତର୍କ ଦୃଷ୍ଟି ରଖିଛନ୍ତି ଓ ମୁଖ୍ୟମନ୍ତ୍ରୀ ପ୍ରତିଦିନ ସମୀକ୍ଷା କରୁଛନ୍ତି। ବ୍ରିଟେନ ଫେରନ୍ତା ନିଜ ସମ୍ପର୍କରେ ସୂଚନା ଦେବାକୁ ପରାମର୍ଶ ଦେଇଛନ୍ତି ଡିଏମଇଟି। ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କ ଜେନେଟିକ ଆନାଲିସିସ ହେବ। ଏହି ବ୍ୟକ୍ତିଙ୍କଠାରେ ନୂଆ ଷ୍ଟ୍ରେନ ଅଛି କି ନାହିଁ ନ ଜାଣିଲା ପର୍ଯ୍ୟନ୍ତ କିଛି ଭୟଭୀତ ହେବାର ଆବଶ୍ୟକତା ନାହିଁ। କିନ୍ତୁ ଏହାକୁ କରୋନାର ଦ୍ୱିତୀୟ ଲହର କୁହାଯାଇପାରିବ ନାହିଁ ବୋଲି ଡିଏମ୍‌ଇଟି କହିଛନ୍ତି। ଏହି ଷ୍ଟ୍ରେନ ଅଧିକ ସଂକ୍ରମିତ ବୋଲି ଯେଉଁ ଚର୍ଚ୍ଚା ହେଉଛି, ତାହା ଲାବୋରେଟୋରିର ଅନାଲିସିସ୍‌ ଓ ପ୍ରକୃତ ସ୍ଥିତି ମଧ୍ୟରେ ବହୁ ଫରକ ରହିଛି ବୋଲି ସେ କହିଛନ୍ତି। ଅପରପକ୍ଷରେ ରାଜ୍ୟରେ ବ୍ରିଟେନ ଫେରନ୍ତା ପଜିଟିଭ୍‌ ଚିହ୍ନଟ ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ପୌର ଓ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କୁ ଚିଠି କରାଯାଇଛି। ଏହାପରେ ସବୁଠି କଟକଣା ଲାଗୁ କରାଯିବା ସହ ଯାଞ୍ଚ ବଢ଼ାଇ ଦିଆଯାଇଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଗୁରୁବାର କଡ଼ାକଡ଼ି ଯାଞ୍ଚ କରାଯାଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri