କରୋନା ଆରୋଗ୍ୟ ହାର ୭୦% ଟପିଲା

ନୂଆଦିଲ୍ଲୀ, ୧୩।୮(ପି.ଟି.): ଭାରତରେ କରୋନା ଆରୋଗ୍ୟ ହାର ୭୦ ପ୍ରତିଶତ ଅତିକ୍ରମ କରିଛି। ବୁଧବାର ସୁଦ୍ଧା ୧୬,୩୯,୫୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭.୬୪ ପ୍ରତିଶତ ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି କରୋନାଜନିତ ମୃତ୍ୟୁହାର ମଧ୍ୟ ୧.୯୮ ପ୍ରତିଶତକୁ ହ୍ରାସ ପାଇଛି। ଉପଯୁକ୍ତ କଣ୍ଟେନମେଣ୍ଟ ନୀତି, ବ୍ୟାପକ ପରୀକ୍ଷା ଓ ଉନ୍ନତ ଚିକିତ୍ସା ପରିଚାଳନା ଯୋଗୁ ଗୋଟିଏ ଦିନରେ ୫୬,୧୧୦ ଜଣ ସୁସ୍ଥ ହୋଇଛନ୍ତି। କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରମାନଙ୍କର ସମନ୍ବିତ ଉଦ୍ୟମ ଯୋଗୁ ଆରୋଗ୍ୟ ହାର ବଢ଼ିଚାଲିଛି। ଜୁଲାଇ ପ୍ରଥମ ସପ୍ତାହରେ ଦୈନିକ ଆରୋଗ୍ୟ ହାର ୧୫,୦୦୦ ଥିବାବେଳେ ଅଗଷ୍ଟ ପ୍ରଥମ ସପ୍ତାହରେ ତାହା ୫୦ ହଜାରରୁ ଅଧିକ ହୋଇଛି। ବୁଧବାର ସୁଦ୍ଧା ଦେଶରେ ଆରୋଗ୍ୟ ହାର ୭୦.୩୮ରେ ପହଞ୍ଚତ୍ଥିବାବେଳେ ବିଭିନ୍ନ ହସ୍ପିଟାଲରେ ୬,୪୩,୯୪୮ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ମଙ୍ଗଳବାର ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୭,୩୩,୪୪୯ ଜଣଙ୍କର କୋଭିଡ୍‌ ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ମୋଟ ୨.୬ କୋଟିରୁ ଅଧିକ ନମୁନା ପରୀକ୍ଷା କରାଗଲାଣି। ଅର୍ଥାତ୍‌ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ପରୀକ୍ଷା ସଂଖ୍ୟା ୧୮,୮୫୨କୁ ବୃ୍‌ଦ୍ଧି ପାଇଛି। କରୋନା ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୦,୯୬୩ ଜଣଙ୍କୁ ଆକ୍ରାନ୍ତ କରିଛି। ଏଥିସହ ଦେଶରେ ମୋଟ ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୨୩.୭୦ ଲକ୍ଷକୁ ବୃଦ୍ଧିପାଇଛି। ଭାରତରେ ଏପର୍ଯ୍ୟନ୍ତ ୪୬,୬୭୦ ଲୋକଙ୍କ ଜୀବନ ଗଲାଣି। ବୁଧବାର ୮୩୪ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri