CORONAVIRUS UPDATE: ରାଜ୍ୟରେ ଆଉ ୯୧ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ରବିବାର ନୂଆ ୯୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକର ୨୮, ବାଲେଶ୍ୱରର ୧୭, ଗଞ୍ଜାମର ୧୫, କଟକର ୧୨, ପୁରୀର ୭, କେନ୍ଦୁଝରର ୪, ଖୋର୍ଦ୍ଧାର ୩, ବଲାଙ୍ଗୀରର ୨, କେନ୍ଦ୍ରାପଡ଼ାର ୧, ସମ୍ବଲପୁର ୧, ସୁନ୍ଦରଗଡ଼ର ଜଣେ ଅଛନ୍ତି। ତେବେ ଏଥି  ମଧ୍ୟରୁ ୮୭ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଏହାବ୍ୟତିତ ଅନ୍ୟ ୪ଜଣଙ୍କ ମଧ୍ୟରେ ଜଣେ ସରପଞ୍ଚ, ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ସେହିଭଳି ଅନ୍ୟ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ସଂଗ୍ରହ କରାଯାଉଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଏଯାବତ୍‌ ରାଜ୍ୟରେ ମୋଟ ୯୧,୨୨୩ଟି ନମୁନା ପରୀକ୍ଷଣ ହୋଇଛି। ସେଥିରୁ ୮୨୮ଟି ପଜିଟିଭ୍‌ ବାହାରିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?