CORONAVIRUS UPDATE: ରାଜ୍ୟରେ ଆଉ ୯୧ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ରବିବାର ନୂଆ ୯୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକର ୨୮, ବାଲେଶ୍ୱରର ୧୭, ଗଞ୍ଜାମର ୧୫, କଟକର ୧୨, ପୁରୀର ୭, କେନ୍ଦୁଝରର ୪, ଖୋର୍ଦ୍ଧାର ୩, ବଲାଙ୍ଗୀରର ୨, କେନ୍ଦ୍ରାପଡ଼ାର ୧, ସମ୍ବଲପୁର ୧, ସୁନ୍ଦରଗଡ଼ର ଜଣେ ଅଛନ୍ତି। ତେବେ ଏଥି  ମଧ୍ୟରୁ ୮୭ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଏହାବ୍ୟତିତ ଅନ୍ୟ ୪ଜଣଙ୍କ ମଧ୍ୟରେ ଜଣେ ସରପଞ୍ଚ, ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ସେହିଭଳି ଅନ୍ୟ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ସଂଗ୍ରହ କରାଯାଉଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଏଯାବତ୍‌ ରାଜ୍ୟରେ ମୋଟ ୯୧,୨୨୩ଟି ନମୁନା ପରୀକ୍ଷଣ ହୋଇଛି। ସେଥିରୁ ୮୨୮ଟି ପଜିଟିଭ୍‌ ବାହାରିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri