୫୦୦ ଡେଇଁଲା କରୋନା

ଢେଙ୍କାନାଳ ଅଫିସ, ୯।୮ : ଢେଙ୍କାନାଳ ଜିଲାରେ କାୟାବିସ୍ତାର କରିବାରେ ଲାଗିଛି କରୋନା। ଶନିବାର ଦିନକରେ ୩୬ ପଜିଟିଭ୍‌ ଚିହ୍ନଟ ହେବାପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୯ରେ ପହଞ୍ଚତ୍ଛି। ସେହିପରି ୪୭ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏହାପରେ ଆରୋଗ୍ୟଙ୍କ ସଂଖ୍ୟା ୩୧୭ ହୋଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଓଡ଼ାପଡ଼ା ବ୍ଲକର ୨୪, ଗଁଦିଆର ୫, ଢେଙ୍କାନାଳ ପୌରାଞ୍ଚଳର ୫, ସଦର ବ୍ଲକର ଜଣେ, ଭୁବନ ଏନ୍‌ଏସିର ଜଣେ ଅଛନ୍ତି। ଓଡ଼ାପଡ଼ା ବ୍ଲକରୁ ଚିହ୍ନଟ ପଜିଟିଭ୍‌ ଭିତରୁ କେବଳ ଗୁଣ୍ଡିଚାପଡ଼ାର ୧୩ ଜଣ ଅଛନ୍ତି। ଏହାପରେ ପଞ୍ଚାୟତକୁ ଆସନ୍ତା ୯ରୁ ୧୫ ତାରିଖ ଯାଏ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ସଙ୍ଗରୋଧ କେନ୍ଦ୍ରରେ, ୨୫ଜଣ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ। ଜିଲା ଚିକିତ୍ସାଳୟରେ ଆଣ୍ଟିଜେନ୍‌ ଟେଷ୍ଟ ପରେ ୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟଜଣେ କଟକ ଏସ୍‌ସିବି ମେଡିକାଲ କଲେଜରେ ଚିହ୍ନଟ ହୋଇ ସେଠାରେ ଚିକିତ୍ସିତ ହେଉଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଙ୍ଗରୋଧ କେନ୍ଦ୍ର, ଆକ୍ରାନ୍ତ ରହୁଥିବା ଘର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବିଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri