ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୧.୩୧ ଲକ୍ଷରୁ ଅଧିକ ସଂକ୍ରମିତ,୮୦୨ ମୃତ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟର ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୩୧, ୮୯୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୮୦୨ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୩୦ ଲକ୍ଷ ୫୭ ହଜାର ୯୫୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୧୯ ଲକ୍ଷ ୧୦ ହଜାର ୭୪୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୯ ଲକ୍ଷ ୭୯ ହଜାର ୫୧୯ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୭ ହଜାର ୬୯୪କୁ ବୃଦ୍ଧି ପାଇଛି।

Share