Categories: ଜାତୀୟ

୧୨୫ ଦିନ ପରେ ଆଜି ଦେଶରେ ସବୁଠୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମୁଛି। ୧୨୫ ଦିନ ପରେ ମଙ୍ଗଳବାର ଦେଶରେ ସବୁଠୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୧୬୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୪୯ ଜଣଙ୍କ ମୃତ୍ୟୁ ହୋଇଛି। ଏହାପୂର୍ବରୁ ଗତ ଜୁଲାଇ ୧୪ରେ ୨୯ ହଜାର ୯୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୮୮, ୭୪, ୨୯୧ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୩୦ ହଜାର ୫୧୯କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୮୨ ଲକ୍ଷ ୯୦ ହଜାର ୩୭୧ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୪ ଲକ୍ଷ ୫୩ ହଜାର୪୦୧ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share