Posted inଜାତୀୟ

କରୋନାକୁ ହରାଇବାକୁ ଭାରତରେ ସବୁଠାରୁ ଅଧିକ ବେଗରେ ଟିକାକରଣ,୧୧ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌, ଏପର୍ଯ୍ୟନ୍ତ ୧୦୧ ସଂକ୍ରମିତ

ନୂଆଦିଲ୍ଲୀ,୧୭ ।୧୨: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ଶୁକ୍ରବାର ଏକ ପ୍ରେସ୍ ବାର୍ତ୍ତାରେ ଦେଶରେ କରୋନା ମହାମାରୀର ସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଗତ ୨୦ ଦିନ ମଧ୍ୟରେ ନୂଆ ସଂକ୍ରମଣ ପ୍ରତିଦନର ସଂଖ୍ୟା ୧୦ ହଜାରରୁ କମ୍ ରହିଛି । ଗତ ସପ୍ତାହରେ କରୋନା ପଜିଟିଭଙ୍କ ସଂଖ୍ୟା ୦.୬୫ ପ୍ରତିଶତ ରହିଛି । ସେ କହିଛନ୍ତି ବର୍ତ୍ତମାନ ଦେଶରେ କରୋନାର ସକ୍ରିୟ ମାମଲା ମଧ୍ୟରୁ ୪୦.୩୧ ପ୍ରତିଶତ କେବଳ କେରଳରେ ରହିଛନ୍ତି ।
ଓମିକ୍ରନ୍ ଭାରିଏଣ୍ଟକୁ ନେଇ ଅଗ୍ରୱାଲ କହିଛନ୍ତି ଦେଶରେ କରୋନାର ନୂଆ ଭାରିଏଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ଏବେ ପର୍ଯ୍ୟନ୍ତ ୧୦୧ରେ ପହଞ୍ଚିଲାଣି । ଏହା ୧୧ ରାଜ୍ୟକୁ ବ୍ୟାପି ସାରିଲାଣି । ୧୦୧ ସଂକ୍ରମିତଙ୍କ ମଧ୍ୟରୁ ମହାରାଷ୍ଟ୍ର ୩୨, ଦିଲ୍ଲୀ ୨୨, ରାଜସ୍ଥାନ ୧୭, କର୍ନାଟକ ଓ ତେଲେଙ୍ଗାନାରେ ୮ ଲେଖାଏଁ, ଗୁଜରାଟ ୫ ଓ ଆନ୍ଧ୍ର ପ୍ରଦେଶ, ଚଣ୍ଡିଗଡ଼, ତାମିଲନାଡୁ ଓ ପଶ୍ଚିମବଙ୍ଗରେ ଜଣେ ଲେଖାଏଁ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ।
ସେହିପରି ବିଶ୍ୱର ୯୧ ଦେଶକୁ ବ୍ୟାପିଲାଣି ଓମିକ୍ରନ୍ । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) କହିଛି ଦକ୍ଷିଣ ଆଫ୍ରିକାରେ ଓମିକ୍ରନ୍ ଡେଲ୍ଟା ଭାରିଏଣ୍ଟଠାରୁ ବହୁଗୁଣ ଅଧିକ ମାତ୍ରାରେ ବଢି ଚାଲିଛି । ଡେଲ୍ଟା କମ୍ ବେଗରେ ସଂକ୍ରମଣ ହେଉଥିବା ବେଳେ ଓମିକ୍ରନର ସଂକ୍ରମଣ ଅଧିକ ବେଗରେ ହେଉଛି । ଆଶଙ୍କା କରାଯାଉଛି କି ଗୋଷ୍ଠୀ ସଂକ୍ରମଣ ହେଲେ ଏହା ଡେଲ୍ଟା ସଂକ୍ରମଣଠାରୁ ବହୁ ଆଗକୁ ଚାଲିଯିବ ।
କରୋନାକୁ ହରାଇବାକୁ ଭାରତରେ ସବୁଠାରୁ ଅଧିକ ବେଗରେ ଟିକାକରଣ କରାଯାଉଛି । ଭାରତରେ ପ୍ରତିଦିନ ଯେତିକି ଟିକା ଦିଆଯାଉଛି ତାହା ଆମେରିକାଠାରୁ ୪.୮ ଓ ବ୍ରିଟେନଠାରୁ ୧୨.୫ ପ୍ରତିଶତ ଅଧିକ ।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?