Posted inଜାତୀୟ

୨ କୋଟି ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୩.୫୭ ଲକ୍ଷ ସଂକ୍ରମିତ, ୩,୪୪୯ ମୃତ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୫୭,୨୨୯ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୪୯ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨ କୋଟି ୨ ଲକ୍ଷ ୮୨ ହଜାର ୮୩୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୬୬ଲକ୍ଷ ୧୩ ହଜାର ୨୯୨ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୪ ଲକ୍ଷ ୪୭ ହଜାର ୧୩୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୨୨ ହଜାର ୪୦୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri