୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟା ଏବେ ବି ଚିନ୍ତାର କାରଣ ପାଲଟିଛି। ଗତ ୨୪ ଘଣ୍ଟାରେ ଦେଶରେ ୭୦,୪୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୯୨୧ଜଣ ବ୍ୟକ୍ତିଙ୍କ କରୋନାଜନିତ ମୃତ୍ୟୁ ହୋଇଛି। ସେହିପରି ଗତ ୨୪ ଘଣ୍ଟାରେ ୧ଲକ୍ଷ ୧୯ହଜାର ୫୦୧ଜଣ ସୁସ୍ଥ ହୋଇଛନ୍ତି। ଅର୍ଥାତ୍‌ ଗତ କିଛି ଦିନରୁ ଦେଶରେ ୫୩,୦୦୧ ସକ୍ରିୟ ମାମଲା ହ୍ରାସ ପାଇଛି। ଏହା ପୂର୍ବରୁ ମାର୍ଚ୍ଚ ୩୦ରେ ୫୩,୪୮୦ ମାମଲା ଚିହ୍ନଟ ହୋଇଥିଲା। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଦେଶରେ ମୋଟ ୨କୋଟି ୯୫ ଲକ୍ଷ ୧୦ହଜାର ୪୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେଥିମଧ୍ୟରୁ ୩.୭୪ଲକ୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଦେଶରେ ସକ୍ରିୟ ମାମଲା ବି ହ୍ରାସ ପାଇଛି। ୧୦ଲକ୍ଷରୁ ତଳକୁ ଖସି ୯.୭୩ ଲକ୍ଷରେ ପହଞ୍ଚିଛି। ସୂଚନା ମୁତାବକ ଜୁନ ୧୩ ପର୍ଯ୍ୟନ୍ତ ସାରା ଦେଶରେ ୨୫କୋଟି ୪୮ଲକ୍ଷ ଲୋକଙ୍କୁ ଟିକାକାରଣ କରାଯାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri