୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟା ଏବେ ବି ଚିନ୍ତାର କାରଣ ପାଲଟିଛି। ଗତ ୨୪ ଘଣ୍ଟାରେ ଦେଶରେ ୭୦,୪୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୯୨୧ଜଣ ବ୍ୟକ୍ତିଙ୍କ କରୋନାଜନିତ ମୃତ୍ୟୁ ହୋଇଛି। ସେହିପରି ଗତ ୨୪ ଘଣ୍ଟାରେ ୧ଲକ୍ଷ ୧୯ହଜାର ୫୦୧ଜଣ ସୁସ୍ଥ ହୋଇଛନ୍ତି। ଅର୍ଥାତ୍‌ ଗତ କିଛି ଦିନରୁ ଦେଶରେ ୫୩,୦୦୧ ସକ୍ରିୟ ମାମଲା ହ୍ରାସ ପାଇଛି। ଏହା ପୂର୍ବରୁ ମାର୍ଚ୍ଚ ୩୦ରେ ୫୩,୪୮୦ ମାମଲା ଚିହ୍ନଟ ହୋଇଥିଲା। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଦେଶରେ ମୋଟ ୨କୋଟି ୯୫ ଲକ୍ଷ ୧୦ହଜାର ୪୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେଥିମଧ୍ୟରୁ ୩.୭୪ଲକ୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଦେଶରେ ସକ୍ରିୟ ମାମଲା ବି ହ୍ରାସ ପାଇଛି। ୧୦ଲକ୍ଷରୁ ତଳକୁ ଖସି ୯.୭୩ ଲକ୍ଷରେ ପହଞ୍ଚିଛି। ସୂଚନା ମୁତାବକ ଜୁନ ୧୩ ପର୍ଯ୍ୟନ୍ତ ସାରା ଦେଶରେ ୨୫କୋଟି ୪୮ଲକ୍ଷ ଲୋକଙ୍କୁ ଟିକାକାରଣ କରାଯାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଭିଡିଓ କନଫରେନସିଂ ଜରିଆରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଇଛନ୍ତି । ନୂଆବର୍ଷରେ...

ବ୍ରିଟେନରେ ଦିନକୁ ୧୨ ହଜାର ଓମିକ୍ରନ୍‌ ମାମଲା

ଲଣ୍ଡନ, ୨୧।୧୨(ପି.ଟି.): ବ୍ରିଟେନରେ ଓମିକ୍ରନ୍‌ ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଛି। ସେଠାରେ ଦୈନିକ ସଂକ୍ରମଣ ୧୨,୧୩୩ରେ ପହଞ୍ଚତ୍ଛି। ତେଣୁ କଠୋର ଲକ୍‌ଡାଉନ୍‌ ଲଗାଇବା ନେଇ ସୋମବାର...

ଜଷ୍ଟିସ୍‌ ଶୁକ୍ଳାଙ୍କ ବିରୋଧରେ ରୁଜୁ ହେବ ମାମଲା

ନୂଆଦିଲ୍ଲୀ,୧ା୮(ପି.ଟି./ ଆଇଏଏନ୍‌ଏସ୍‌)-ଆଲ୍ଲାହାବାଦ୍‌ ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ୍‌.ଏନ୍‌. ଶୁକ୍ଲାଙ୍କ ବିରୋଧରେ ମାମଲା ରୁଜୁ କରିବା ଲାଗି ପ୍ରଧାନ ବିଚାରପତି (ସିଜେଆଇ)ଜଷ୍ଟିସ ରଞ୍ଜନ ଗୋଗୋଇ ସିବିଆଇକୁ ଅନୁମତି...

ନୀତୀଶ-ତେଜସ୍ୱୀଙ୍କୁ ଟାର୍ଗେଟ କଲେ ଚିରାଗ

ପାଟନା,୨ ।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଗଲାଣି । ମଙ୍ଗଳବାର ଏଠାରେ ଦ୍ୱିତୀୟ ପର୍ଯ୍ୟାୟ...

ପଛରେ ପଡିଲେ ଶତ୍ରୁ

ପାଟନା,୨୩।୫: ବିହାରର ପାଟନା ସାହିବ ଆସନରୁ କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନାଙ୍କୁ ଲାଗିଛି ଝଟକା। ଅଭିନେତାରୁ ନେତା ପାଲଟିଥିବା ସିହ୍ନା ଶେଷ ମୁହୂର୍ତ୍ତରେ ଭାଜପା ଛାଡି...

ଚିନ୍ତା ବଢାଇଲାଣି କରୋନା, ହୁ ହୁ ହୋଇ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୭୦୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

୧୧ କୋଟି ୭୦ ଲକ୍ଷ ଶିଶୁଙ୍କୁ ମିଳିମିଳା ହେବା ଆଶଙ୍କା: ଜାତିସଂଘ

ଜେନେଭା,୧୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଜାତିସଂଘ...

ଅକ୍ଷୟ କୁମାର କାନାଡାର ନାଗରିକ: ଲଢି ପାରିବେନି ନିର୍ବାଚନ!

ନୂଆଦିଲ୍ଲୀ,୨୨।୪: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ଲୋକ ସଭା ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ଚାଲିଛି। ହେବେ ସୋସିଆଲ ମିଡିଆରେ ଏବେ ଆଉ...

Advertisement
Archives

Model This Week